ମୁଖ୍ୟମନ୍ତ୍ରୀଙ୍କର ନୂଆ ଦିଲ୍ଲୀ ଗସ୍ତ ,ଖୁବ ଶୀଘ୍ର ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା
ଭୁବନେଶ୍ୱର : ଆଜି ଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଫେବ୍ରୁଆରୀ ମାସରେ ଓଡ଼ିଶାରେ ଆୟୁଷ୍ମାନ୍ ଭାରତ ପିଏମ୍ ଯୋଜନା କାର୍ଯ୍ୟକାରୀ କରାଯିବ । ଏଥିପାଇଁ ସୋମବାର ନୂଆଦିଲ୍ଲୀରେ ରାଜ୍ୟ ସରକାର ଓ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ନ୍ୟାସନାଲ୍ ହେଲ୍ଥ ଅଥରିଟି ମଧ୍ୟରେ ବୁଝାମଣାପତ୍ର (ଏମ୍ଓୟୁ) ସ୍ୱାକ୍ଷର ହେବ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ […]
ଭୁବନେଶ୍ୱର : ଆଜି ଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଫେବ୍ରୁଆରୀ ମାସରେ ଓଡ଼ିଶାରେ ଆୟୁଷ୍ମାନ୍ ଭାରତ ପିଏମ୍ ଯୋଜନା କାର୍ଯ୍ୟକାରୀ କରାଯିବ । ଏଥିପାଇଁ ସୋମବାର ନୂଆଦିଲ୍ଲୀରେ ରାଜ୍ୟ ସରକାର ଓ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ନ୍ୟାସନାଲ୍ ହେଲ୍ଥ ଅଥରିଟି ମଧ୍ୟରେ ବୁଝାମଣାପତ୍ର (ଏମ୍ଓୟୁ) ସ୍ୱାକ୍ଷର ହେବ ।
ନୂଆଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଉପସ୍ଥିତ ରହିବେ । ତାଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଯୋଗଦେବେ । ଏହି ୨ ଦିନିଆ ଗସ୍ତ ଭିତରେ ରାଷ୍ଟ୍ରପତି ଭବନରେ ଥିବା କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗଦେବେ।
ସୂଚନାନୁସାରେ,ଆସନ୍ତା ଫେବ୍ରୁଆରୀରୁ ରାଜ୍ୟରେ ଆରମ୍ଭ ହେବ ସରକାରଙ୍କ ବହୁ ପ୍ରତୀକ୍ଷିତ ଫ୍ଲାଗ ସିପ୍ ସ୍କିମ- ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଉଭୟ ଯୋଜନାକୁ ମିଶାଇ ଗାଇଡଲାଇନ୍ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ରାଜ୍ୟର କୋଟିଏ ପରିବାରର ସାଢେ ୩ କୋଟି ଲୋକ ଆୟୁଷ୍ମାନ ଯୋଜନାର ଲାଭ ପାଇପାରିବେ । ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି ।




