ନିଅଣ୍ଟିଆ ସାର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ରାଜ୍ୟରେ ସାର ଉପଲବ୍ଧତା ସମ୍ପର୍କରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ବେଆଇନ ସାର ମହଜୁଦ ରଖିବା ଓ ଚୋରା ଚାଲାଣ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । କଳାବଜାରୀ ହେଉଥିଲେ ଜିରୋ ଟଲେରାନ୍ସ ନୀତି ଅବଲମ୍ବନ କରିବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଆବଶ୍ୟକତାକୁ ଦୃଷ୍ଟିରେ ରଖି […]

ନିଅଣ୍ଟିଆ ସାର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ସାର ଉପଲବ୍ଧତା ସମ୍ପର୍କରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ବେଆଇନ ସାର ମହଜୁଦ ରଖିବା ଓ ଚୋରା ଚାଲାଣ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । କଳାବଜାରୀ ହେଉଥିଲେ ଜିରୋ ଟଲେରାନ୍ସ ନୀତି ଅବଲମ୍ବନ କରିବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଆବଶ୍ୟକତାକୁ ଦୃଷ୍ଟିରେ ରଖି ପୁନଃ ଆବଣ୍ଟନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ପଞ୍ଚାୟତ ସ୍ତରରେ ସାର ବଣ୍ଟନର ସୁବ୍ୟବସ୍ଥାକୁ ନିଶ୍ଚିତ କରିବାକୁ କହିଛନ୍ତି ସିଏସ୍ । ଯେଉଁଠି ସାର ଆବଶ୍ୟକତା ରହୁଛି, ସେଠାରେ ଅଗ୍ରାଧିକାରୀ ଭିତ୍ତିରେ ପହଂଚାଇବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ କୃଷି ବିଭାଗ ସଚିବ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ, ଡିଜିପି ପ୍ରମୁଖ ସାମିଲ ଥିଲେ ।

Tags: