ଚିକିଟି ମଦ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ବ୍ରହ୍ମପୁର : ଗଞ୍ଜାମ ଜିଲା ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ଆଉ ଜଣେ ଅସୁସ୍ଥଙ୍କ ମୃତ୍ୟୁ I ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ କରବାଲୁଆ ଗ୍ରାମର ବାୟା ସେଠୀ। ତାଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ଆହୁରି ୩ଜଣ ବ୍ରହ୍ମପୁରସ୍ଥିତ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୨୦ତାରିଖରେ ଜେନାପୁର […]

Samaya Live Picture
Published On

ବ୍ରହ୍ମପୁର : ଗଞ୍ଜାମ ଜିଲା ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ଆଉ ଜଣେ ଅସୁସ୍ଥଙ୍କ ମୃତ୍ୟୁ I ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ କରବାଲୁଆ ଗ୍ରାମର ବାୟା ସେଠୀ। ତାଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ଆହୁରି ୩ଜଣ ବ୍ରହ୍ମପୁରସ୍ଥିତ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୨୦ତାରିଖରେ ଜେନାପୁର ଗ୍ରାମର ଜୁର ବେହେରା, ୨୧ ତାରିଖରେ ଲୋକନାଥ ବେହେରା ଏବଂ ୩୦ତାରିଖରେ ଲକ୍ଷ୍ମଣ ବେହେରାଙ୍କ ମୃତ୍ୟୁ ଘଟିଥିଲା। ଉକ୍ତ ଘଟଣାରେ ଆଜି ସୁଦ୍ଧା କେ. ନୂଆଗାଁ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୬ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ସୂଚନାନୁସାରେ,ଅଗଷ୍ଟ ୧୯ ତାରିଖରେ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ଅନ୍ତର୍ଗତ ମାଉଁଦପୂର,କରବଲୁଆ,ଜେନାପୁର ଅଞ୍ଚଳରେ ବିଷାକ୍ତ ମଦ ପିଇ ୨୩ଜଣ ଲୋକ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ପ୍ରଥମେ ଚିକିଟି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତି କରାଯାଇଥିଲା ଇ ତେବେ ୧୩ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା I ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି I

Tags: