କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର
ଭୁବନେଶ୍ୱର:କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର। କୃଷକମାନେ ସମୃଦ୍ଧ ହେଲେ, ଓଡ଼ିଶା ସମୃଦ୍ଧ ହେବ। ତେଣୁ, କୃଷି ଓ କୃଷକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପର୍ଯ୍ୟାପ୍ତ ବ୍ୟବସ୍ଥା କରୁଛନ୍ତି।ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୫ ଉଦଯାପନୀ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟରେ ଜଳସେଚନକୁ ଆହୁରି ବ୍ୟାପକ କରିବା ନିମନ୍ତେ ଜଳସେଚନ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ସମାପ୍ତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାଣି ପଞ୍ଚାୟତ […]
ଭୁବନେଶ୍ୱର:କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର। କୃଷକମାନେ ସମୃଦ୍ଧ ହେଲେ, ଓଡ଼ିଶା ସମୃଦ୍ଧ ହେବ। ତେଣୁ, କୃଷି ଓ କୃଷକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପର୍ଯ୍ୟାପ୍ତ ବ୍ୟବସ୍ଥା କରୁଛନ୍ତି।ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୫ ଉଦଯାପନୀ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟରେ ଜଳସେଚନକୁ ଆହୁରି ବ୍ୟାପକ କରିବା ନିମନ୍ତେ ଜଳସେଚନ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ସମାପ୍ତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେବାସହ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।




