ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଘଟଗାଁରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାପରେ ମା‘ଙ୍କ ମନ୍ଦିରର ଉନ୍ନତିକରଣ ନିମନ୍ତେ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ପଣା ସଂକ୍ରାନ୍ତି […]
ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଘଟଗାଁରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାପରେ ମା‘ଙ୍କ ମନ୍ଦିରର ଉନ୍ନତିକରଣ ନିମନ୍ତେ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
ପଣା ସଂକ୍ରାନ୍ତି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । ଆଜିର ଦିନ ହେଉଛି ଘଟଗାଁ ମା ତାରିଣୀଙ୍କ ପ୍ରସିଦ୍ଧ ଚଇତି ପର୍ବର ମୁଖ୍ୟ ଦିନ । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳନ ହେଉଛି ୮୯ତମ ଚଇତି ପର୍ବ । ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ । ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ହୋଇଛି । ଲମ୍ବା ଲାଇନରେ ଆସି ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।




