ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଏହି ଛଅ ମାସ ମଧ୍ୟରେ ଅନେକ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି। ପିଏମ୍‌ କିଷାନ ଓ ସିଏମ୍‌ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତିକରଣ କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ଏହାଦ୍ବାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହେବେ।ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ […]

Samaya Live Picture
Published On

ଭୁବନେଶ୍ୱର:ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଏହି ଛଅ ମାସ ମଧ୍ୟରେ ଅନେକ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି। ପିଏମ୍‌ କିଷାନ ଓ ସିଏମ୍‌ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତିକରଣ କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ।
ଏହାଦ୍ବାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହେବେ।ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ ଦକ୍ଷତାର ସହିତ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। କୌଣସି ପରିସ୍ଥିତିରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେବା ଉଚିତ୍‌ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ଚାଷୀମାନଙ୍କ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଟୋକେନ୍‌ ବ୍ୟବସ୍ଥା, ଟ୍ୟାଗିଙ୍ଗ ବ୍ୟବସ୍ଥା, ମିଲର ମାନଙ୍କ ସହଯୋଗ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହୋଇଛି।

Tags: