ସ୍ନାନ ବେଦିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ କରିବାକୁ ପୁରୀରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ମୁଖ୍ୟମନ୍ତ୍ରୀ ବଡ଼ଦାଣ୍ଡରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଭାବବିହ୍ବଳ ହୋଇପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଉତ୍ତର ଦ୍ଵାର […]

ସ୍ନାନ ବେଦିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ କରିବାକୁ ପୁରୀରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ମୁଖ୍ୟମନ୍ତ୍ରୀ ବଡ଼ଦାଣ୍ଡରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଭାବବିହ୍ବଳ ହୋଇପଡ଼ିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଉତ୍ତର ଦ୍ଵାର ଦେଇ ପ୍ରବେଶ କରି ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରି ସାନ୍ନିଧ୍ୟ ନେଇଥିଲେ । ମହାପ୍ରଭୁଙ୍କ ଦର୍ଶନ କରି ବିଶ୍ୱାବସୀଙ୍କ କଲ୍ୟାଣ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମି ରଥଯାତ୍ରା କିପରି ସଠିକ୍‍ ଭାବେ ପରିଚାଳନା ହେବ ସେନେଇ ପ୍ରାର୍ଥନା କରିଛନ୍ତି । ଏଯାବତ କୌଣସି ଅସୁବିଧା ହୋଇନାହିଁ, ମହାପ୍ରଭୁଙ୍କ ସମସ୍ତ କାର୍ଯ୍ୟକ୍ରମ ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସୁରୁଖୁରୁରେ କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଶ୍ରୀମନ୍ଦିରରେ ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଅତିବାହିତ କରିଥିଲେ। ଏଥିସହ ସହ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରିଥିଲେ । ସ୍ନାନ ବେଦୀରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ଚାଲି ଚାଲି ପୁନଶ୍ଚ ଶ୍ରୀମନ୍ଦିର ସିଂହଦ୍ଵାର ଆସି ପତିତପାବନଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ ।

ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ ଧାଡ଼ି ପହଣ୍ଡି କରାଯାଇଥିଲା। ସକାଳ ୯ଟାରେ ମଙ୍ଗଳଆଳତି ପରେ ଅନ୍ୟାନ୍ୟ ନୀତି ହେବ। ଅପରାହ୍ନ ୩ଟା ୩୦ରେ ଛେରାପହଁରା, ୪ଟା ୩୦ରେ ହାତୀବେଶ ଅନୁଷ୍ଠିତ ହେବ। ରାତି ୧୧ଟାରେ ହାତୀବେଶ ମଇଲମ କରାଯିବ। ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Tags: