ନିରାଡମ୍ବର ଭାବେ ନୂଆ ବର୍ଷ ପାଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର […]
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ । ତେଣୁ, ଆଜି ଅଧିକାରୀ ଓ କର୍ମଚାରୀ ମାନେ ବିନା ଫୁଲରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି । ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପ୍ରମୁଖ ସଚିବ ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଧିକାରୀ ମାନଙ୍କ ସହଯୋଗରେ ବିଭିନ୍ନ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ମଧ୍ୟ ସଫଳତାର ସହ କରାଯାଇଛି । ତେଣୁ, ଓଡିଶା ଅନ୍ୟ ରାଜ୍ୟ ଠାରୁ ଯେପରି ଭଲ ପ୍ରଦର୍ଶନ କରିବ ସେ ଦିଗରେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।




