ଅର୍ଥନୀତି କ୍ଷେତ୍ରରେ ମନମୋହନଙ୍କ ଥିଲା ଭରପୁର ଜ୍ଞାନ ଓ ଦକ୍ଷତା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଦିବଙ୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅର୍ଥନୀତି କ୍ଷେତ୍ରରେ ତାଙ୍କ ଜ୍ଞାନ ଓ ଦକ୍ଷତା ପାଇଁ ସାରା ବିଶ୍ୱରେ ସେ ପ୍ରସିଦ୍ଧି ଅର୍ଜନ କରିଥିଲେ। ତାଙ୍କ ଉଦାର ଅର୍ଥନୈତିକ ନୀତି ଭାରତକୁ ବିଶ୍ୱର ଅର୍ଥନୀତି […]
ଭୁବନେଶ୍ୱର:ଦିବଙ୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅର୍ଥନୀତି କ୍ଷେତ୍ରରେ ତାଙ୍କ ଜ୍ଞାନ ଓ ଦକ୍ଷତା ପାଇଁ ସାରା ବିଶ୍ୱରେ ସେ ପ୍ରସିଦ୍ଧି ଅର୍ଜନ କରିଥିଲେ। ତାଙ୍କ ଉଦାର ଅର୍ଥନୈତିକ ନୀତି ଭାରତକୁ ବିଶ୍ୱର ଅର୍ଥନୀତି କ୍ଷେତ୍ରରେ ଏକ ପ୍ରମୁଖ ସ୍ଥାନରେ ପହଞ୍ଚାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜଣେ ଦକ୍ଷ ରାଜନେତା, ଅର୍ଥନୀତିଜ୍ଞ ଏବଂ ଶିକ୍ଷାବିତ୍ ଭାବେ ତାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ ପକାଇଛନ୍ତି।




