ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ […]
ଭୁବନେଶ୍ୱର:ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି।
ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନତି ପାଇଁ ଏକ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆଜିର ଶିକ୍ଷା ପଦ୍ଧତି ଓ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଏବେ ନିଯୁକ୍ତି ଓ ରୋଜଗାରର ଅମାପ ସୁଯୋଗ ରହିଛି। ଏହାର ସଦୁପଯୋଗ କରିବା ପାଇଁ ଶିକ୍ଷା ସହିତ ଉପଯୁକ୍ତ ଦକ୍ଷତା ବିକାଶ ତାଲିମ୍ ର ଆବଶ୍ୟକତା ରହିଛି।
ଚଳିତ ବଜେଟରେ ଦେଶର ଏକ କୋଟି ଯୁବଗୋଷ୍ଠୀଙ୍କୁ ପ୍ରତିଷ୍ଠିତ କମ୍ପାନୀ ମାନଙ୍କ ଜରିଆରେ ଶିଳ୍ପଉପଯୋଗୀ କରିବାପାଇଁ ଷ୍ଟାଇପେଣ୍ଡ ସହ internship ର ବ୍ୟବସ୍ଥା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଗଦର୍ଶନରେ ଦେଶରେ ନୂତନ ଶିକ୍ଷା ନୀତି ୨୦୨୦ ପ୍ରଣୟନ କରାଯାଇଛି। ଯୁବପିଢିଙ୍କୁ ଏକ ସାମଗ୍ରିକ ଶିକ୍ଷା ଦ୍ଵାରା ଯୋଗ୍ୟ କରିବା ହେଉଛି ଆମର ଲକ୍ଷ୍ୟ।




