ପୁଲିସ ସବ୍‌-ଇନସପେକ୍ଟର ପରୀକ୍ଷା ଘୋଟାଲାରେ ସିବିଆଇ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ମହା ଘୋଟଲା । ତଦନ୍ତ ଭାର ସିବିଆଇକୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି । ବର୍ତ୍ତମାନ ଏହି ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏହାକୁ ସିବିଆଇକୁ ହସ୍ତାନ୍ତର କରାଯାଇଛି । ଏହି ମହାଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗକୁ ଲମ୍ବିଛି । ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥାଇ ପାରେ ବୋଲି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା […]

ପୁଲିସ ସବ୍‌-ଇନସପେକ୍ଟର ପରୀକ୍ଷା ଘୋଟାଲାରେ ସିବିଆଇ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ବର : ବହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ମହା ଘୋଟଲା । ତଦନ୍ତ ଭାର ସିବିଆଇକୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି । ବର୍ତ୍ତମାନ ଏହି ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏହାକୁ ସିବିଆଇକୁ ହସ୍ତାନ୍ତର କରାଯାଇଛି । ଏହି ମହାଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗକୁ ଲମ୍ବିଛି । ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥାଇ ପାରେ ବୋଲି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତରୁ ଜଣାପଡିଛି । ଏସ.ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆଜି ସୁଦ୍ଧା ୧୨୬ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ମଧ୍ୟରେ ୧୨ ଜଣ ଦଲାଲଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ । ତେଣୁ ମାମଲାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସିଆଇଡିକୁ ଦିଆଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇ ପାରେ ବୋଲି ତଦନ୍ତରୁ ଜଣା ପଡ଼ିଛି । ଏହା ସହିତ ଏହି ଦୁର୍ନୀତିରେ ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି

Tags: