CMOରୁ ରୁପାରୋଶନଙ୍କୁ ବଦଳି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଆଇଏଏସ୍ ରୁପାରୋଶନ ସାହୁଙ୍କୁ ବଦଳି । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ସ୍ଥାନରେ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ପରେ ତାଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ୨୦୦୬ ବ୍ୟାଚ୍ ଆଇଏଏସ୍ ରୂପାରୋଶନ ସାହୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ । କିନ୍ତୁ ଆଜି ତାଙ୍କୁ […]

Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଆଇଏଏସ୍ ରୁପାରୋଶନ ସାହୁଙ୍କୁ ବଦଳି । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ସ୍ଥାନରେ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ପରେ ତାଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ୨୦୦୬ ବ୍ୟାଚ୍ ଆଇଏଏସ୍ ରୂପାରୋଶନ ସାହୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ । କିନ୍ତୁ ଆଜି ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ପଦରୁ ହଟାଇ ଦିଆଯାଇ କେବଳ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ତଥା ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା। ଏହାପରେ ଆଜି ଆଇଏଏସ୍ ରୁପାରୋଶନ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି କରିଛନ୍ତି ରାଜ୍ୟ ସରକାର।

Tags: