ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

୩ ସପ୍ତାହ ମଧ୍ୟରେ ଜବାବ ଦଖଲ ପାଇଁ ନିର୍ଦ୍ଦେଶ

ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ : ପୁରୀ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ଅଦାଲତ ଅବମାନନା ନୋଟିସ୍ ଜାରି  । ୩ ସପ୍ତାହ ମଧ୍ୟରେ ଜବାବ ଦଖଲ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ରଖିବାକୁ କୁହାଯାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜବାବ ତଲବ ହୋଇଛି ।

ସମ୍ବନ୍ଧିତ ଖବର କୋଟିଆ ଓଡ଼ିଶାରେ ଥିଲା ରହିବ - ଆଇନମନ୍ତ୍ରୀ

ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡିଛନ୍ତି ପୁରୀ ଜିଲ୍ଲାପାଳ । ୧୯୮୭ ମସିହାରେ ଅଭୟାରଣ୍ୟ ପାଇଁ ଜାରି ହୋଇଥିଲା ବିଜ୍ଞପ୍ତିର ୩୯ ବର୍ଷ ପରେ ଵି ହୋଇନାହିଁ ଜମି ଅଧିଗ୍ରହଣ । ଜମି ମାଲିକଙ୍କୁ କ୍ଷତିପୂରଣ ଦିଆଯାଇନି କି ଜମି ଛାଡ଼ ହୋଇନି । ଏହି ମାମଲାରେ ୨୦୨୪ ଡିସେମ୍ବର ସୁଦ୍ଧା ଚୂଡାନ୍ତ ନିଷ୍ପତ୍ତି ନେବାକୁ କୋର୍ଟ ହଲତ ଦେଇଥିଲେ । ଡିସେମ୍ବର ସୁଦ୍ଧା ଚୂଡାନ୍ତ ନିଷ୍ପତ୍ତି ନେବାକୁ କୋର୍ଟ ମହଲତ ଦେଇଥିଲେ, କିନ୍ତୁ ତାହା କାର୍ଯ୍ୟକାରୀ ହେଲାନାହିଁ । ଯାହାକୁ ଚ୍ୟାଲେଞ୍ଜ କରି କ୍ଷତିଗ୍ରସ୍ତ ଜମି ମାଲିକମାନେ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି ।
 

ସମ୍ବନ୍ଧିତ ଖବର ରାଜ୍ୟସଭା ନିର୍ବାଚନ : ନବୀନଙ୍କୁ ଭେଟିବେ ଭକ୍ତ

Tags: