କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ

କଟକ: ଅପ୍ରେଲ ୨୧: ଆଜି ସକାଳେ କଟକ ଚଣ୍ଡୀ ମନ୍ଦିରରେ ପହଞ୍ଚିଛନ୍ତି ୫- ଟି ସଚିବ ଭି .କେ. ପାଣ୍ଡିଆନ୍ । ସେ ମା କଟକ ଚଣ୍ଡୀଙ୍କ ଦର୍ଶନ କରିବା ସହ ମୁଖ୍ୟ ପୂଜକ ମନୋଜ ପଣ୍ଡାଙ୍କ ସହ ମନ୍ଦିର ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।ମନ୍ଦିରର ଉନ୍ନତିକରଣ ତଥା ଅନ୍ୟାନ୍ୟ ବିକାଶ କାର୍ଯ୍ୟ ପାଇଁ ୭ ଦିନ ମଧ୍ୟରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବା ନେଇ ସୂଚନା ରହିଛି। ସୂଚନାଯୋଗ୍ୟ […]

Samaya Live Picture
Published On

କଟକ: ଅପ୍ରେଲ ୨୧: ଆଜି ସକାଳେ କଟକ ଚଣ୍ଡୀ ମନ୍ଦିରରେ ପହଞ୍ଚିଛନ୍ତି ୫- ଟି ସଚିବ ଭି .କେ. ପାଣ୍ଡିଆନ୍ । ସେ ମା କଟକ ଚଣ୍ଡୀଙ୍କ ଦର୍ଶନ କରିବା ସହ ମୁଖ୍ୟ ପୂଜକ ମନୋଜ ପଣ୍ଡାଙ୍କ ସହ ମନ୍ଦିର ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।ମନ୍ଦିରର ଉନ୍ନତିକରଣ ତଥା ଅନ୍ୟାନ୍ୟ ବିକାଶ କାର୍ଯ୍ୟ ପାଇଁ ୭ ଦିନ ମଧ୍ୟରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବା ନେଇ ସୂଚନା ରହିଛି। ସୂଚନାଯୋଗ୍ୟ ଯେ କଟକର ପ୍ରସିଦ୍ଧ ଚଣ୍ଡୀମନ୍ଦିର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଶ୍ରଦ୍ଧା ଓ ଆସ୍ଥାର ପ୍ରତୀକ। ଏହି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ଏଥିପାଇଁ ମନ୍ଦିର କମିଟି ଜିଲ୍ଲା ପ୍ରଶାସନ ସହିତ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସଂପର୍କରେ ଆଲୋଚନା କରିବ। ମନ୍ଦିରକୁ ଅଧିକ ସୁନ୍ଦର କରିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ସମସ୍ତଙ୍କ ସହଯୋଗରେ ମନ୍ଦିରର ବିକାଶମୂଳକ କାର୍ଯ୍ୟ ଆରମ୍ଭ ହେବ। ୫-ଟି ସଚିବଙ୍କ ଗସ୍ତ ସମୟରେ ଆରଡିସି, ଜିଲ୍ଲାପାଳ ସିଏମସି କମିସନର, ଡିସିପି, ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।