ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କଲା ସାମୁଦ୍ରିକ ଝଡ଼ 'ଅକଭାନ'
ଭୁବନେଶ୍ୱର : ସାମୁଦ୍ରିକ ଝଡ଼ 'ଅକଭାନ' ଓଡ଼ିଶାର ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ଏବଂ ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ରହିଥିଲା। ଆଗାମୀ ୨ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଗଞ୍ଜାମ ଜିଲ୍ଲା ଗୋପାଳପୁର ନିକଟସ୍ଥ ହରିପୁର ସମୁଦ୍ର କୂଳ ଦେଇ ବାତ୍ୟା ସ୍ଥଳଭାଗ ଅତିକ୍ରମ କରୁଥିବାରୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ଓ ପବନ ଜାରି ରହିଛି ।
ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ରହିଥିବା ବେଳେ ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ବହୁଛି । ବର୍ତ୍ତମାନ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଆଗାମୀ ୨ ଘଣ୍ଟା ପର୍ଯ୍ୟନ୍ତ ଚାଲିବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଭୀଷଣ ବାତ୍ୟାର ରୂପ ନେଇଥିବା ବେଳେ ଉପକୂଳ ନିକଟତର ହେବା ପୂର୍ବରୁ ସାମାନ୍ୟ ଦୁର୍ବଳ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଥିଲା ।
ଗୋପାଳପୁର ନିକଟରେ ୭୦–୮୦ କି.ମି. ବେଗରେ ପବନ ସହ ବାତ୍ୟା ସ୍ଥଳଭାଗ ଛୁଇଁଛି । ୧୧ଟା ମଧ୍ୟରେ ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବା ପରେ ଏହା ସ୍ଥଳଭାଗ ଉପରେ ଧୀରେ ଧୀରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ।




