ବାତ୍ୟା ଆଲର୍ଟ, ୧୧ଟି ଜିଲ୍ଲାର ଶିକ୍ଷାନୁଷ୍ଠାନ ସହ ବନ୍ଦ ରହିବ ଶ୍ରୀମନ୍ଦିର ଏବଂ ନନ୍ଦନକାନନ

ବାତ୍ୟା ଆଲର୍ଟ, ୧୧ଟି ଜିଲ୍ଲାର ଶିକ୍ଷାନୁଷ୍ଠାନ ସହ ବନ୍ଦ ରହିବ ଶ୍ରୀମନ୍ଦିର ଏବଂ ନନ୍ଦନକାନନ
Samaya Live News Picture
Published On

ଭୁବନେଶ୍ୱର  : ବାତ୍ୟା ସତର୍କତା । ରାଜ୍ୟର ୧୧ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ସମେତ ୧୧ ଜିଲ୍ଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ।  ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିଷ୍ପତ୍ତି ଲାଗୁ ହେବ। ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, ରାୟଗଡ଼ା ଓ କୋରାପୁଟରେ ୨୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଥିବା ବେଳେ ଅନ୍ୟ ୬ଟି ଜିଲ୍ଲାରେ ୨୧ ତାରିଖ ପର୍ଯ୍ୟନ୍ତ ତିନିଦିନ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।  ତେବେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।  

ସେହିପରି, ବାତ୍ୟା ଓ ଅତ୍ୟଧିକ ବର୍ଷା ଆଶଙ୍କା ଯୋଗୁଁ ଭକ୍ତମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ୧୯ ତାରିଖ ଠାରୁ ୨୧ ପର୍ଯ୍ୟନ୍ତ ୩ ଦିନ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ବ୍ୟବସ୍ଥା ବନ୍ଦ ରହିବ । ନିକଟସ୍ଥ ଶରଧାବାଲିରେ ମଧ୍ୟ ପ୍ରବେଶ ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ତିନିଦିନ ମଧ୍ୟରେ ହବିଷ୍ୟାଳୀଙ୍କୁ ମନ୍ଦିର ଆସିବାକୁ ମନା କରାଯାଇଛି । ବାତ୍ୟା ପାଇଁ ଭୁବନେଶ୍ୱର ନନ୍ଦନକାନନ ଓ ଷ୍ଟେଟ୍‌ ବଟାନାକାଲ ଗାର୍ଡେନ ଗୁରୁବାର, ଶୁକ୍ରବାର ବନ୍ଦ ରହିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Tags: