ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଆଜି ସନ୍ଧ୍ୟା ସୁଦ୍ଧା ଲଘୁଚାପ ରୂପନେବ
ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ ଆଜି ସଂଧ୍ୟାସୁଦ୍ଧା ଲଘୁଚାପର ରୂପ ନେବ I ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପ୍ରଥମେ ଉତ୍ତର ଓଡ଼ିଶା ଓ ପରେ କେନ୍ଦ୍ରୀୟ ଏବଂ ଶେଷରେ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ହେବ।ଆଜି ପ୍ରବଳରୁ ଅତି […]
ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ ଆଜି ସଂଧ୍ୟାସୁଦ୍ଧା ଲଘୁଚାପର ରୂପ ନେବ I ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପ୍ରଥମେ ଉତ୍ତର ଓଡ଼ିଶା ଓ ପରେ କେନ୍ଦ୍ରୀୟ ଏବଂ ଶେଷରେ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ହେବ।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ । ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ଜୁନ ୧ରୁ ୨୯ ତାରିଖ ଯାଏ ୧୧୦୫.୪ ପ୍ରତିଶତ ବର୍ଷା ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୩ ପ୍ରତିଶତ କମ । ଏହି ସମୟ ମଧ୍ୟରେ ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ବାଭାବିକଠୁ ୨୬ପ୍ରତିଶତ କମ୍ , ପୁରୀରେ ୨୦ ପ୍ରତିଶତ କମ ଓ ନବରଙ୍ଗପୁରରେ ୨୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୨ ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡ଼ାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ବାକି ୨୫ ଜିଲ୍ଲାରେ ହୋଇଛି ସ୍ବାଭାବିକ ବର୍ଷା ।




