ବଙ୍ଗୋପାସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,୨୭ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟଟି ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ୨୪ରୁ ରାଜ୍ୟରେ ବର୍ଷର ପରିମାଣ ବଢ଼ିବ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହିତ ୩୦ ରୁ ୪୦ କି.ମି. ବେଗରେ ପବନ ବୋହିବାର […]

ବଙ୍ଗୋପାସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,୨୭ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟଟି ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।

୨୪ରୁ ରାଜ୍ୟରେ ବର୍ଷର ପରିମାଣ ବଢ଼ିବ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହିତ ୩୦ ରୁ ୪୦ କି.ମି. ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ସେହିପରି ୨୬ ଏବଂ ୨୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି। ସେହିଭଳି ଉପକୂଳ ଓ ଆଭ୍ୟନ୍ତୀରଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି

Tags: