ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ୪ ଜିଲ୍ଲାକୁ ସତର୍କ
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକ ହେଲା-ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଦେବଗଡ଼ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ | ଏହାର […]
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକ ହେଲା-ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଦେବଗଡ଼ ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ | ଏହାର ବ୍ୟାପ୍ତି ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ରହିଛି pic.twitter.com/YKuibwXBXA
— Meteorological Centre, Bhubaneswar (@mcbbsr) August 24, 2022
ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନାରେ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସେହି ୪ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହିତ ସତର୍କ କରାଇଛନ୍ତି । ଜରୁରୀ କାମ ନଥିଲେ ବାହାରକୁ ନଯିବାକୁ ସୂଚନା ଦିଆଯାଇଛି ।
Seasonal cumulative rainfall realized between 1st June to 24th August 2022 is 952.6mm against its normal value of 838.8mm. During the period 1 district received large excess rainfall, 7 districts received excess rainfall & rest 22 in normal category. pic.twitter.com/YBz5ga6qnb
— Meteorological Centre, Bhubaneswar (@mcbbsr) August 24, 2022
ସେହିପରି ପ୍ରବଳ ବର୍ଷା ନେଇ ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।




