ଲୋକସେବା ଭବନରେ ପ୍ରଦର୍ଶିତ ହେଲା ବାବୁ ସାନ୍‌ଙ୍କ ଅଭିନୀତ ଫିଲ୍ମ ଦମନ

ଭୁବନେଶ୍ୱର : ଆଜି ଲୋକସେବା ଭବନ କନଭେନସନ ହଲରେ (ସଚିବାଳୟ)ରେ ବାସ୍ତବଧର୍ମୀ ଓଡ଼ିଆ ଚଳଚ୍ଚିତ୍ର ଦମନ ପ୍ରଦର୍ଶିତ କରାଯାଇଛି । ଏହାସହିତ ମାଲକାନଗିରି ଜିଲ୍ଲାର ସ୍ୱାସ୍ଥ୍ୟ ସେବା ମ୍ୟାଲେରିଆ ନିରାକରଣ ଉପରେ ପର୍ଯ୍ୟବସିତ ଏହି ଚଳଚ୍ଚିତ୍ରକୁ ଟିକସମୁକ୍ତ କରିଛନ୍ତି ରାଜ୍ୟସରକାର । ବିଭିନ୍ନ ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଆଜି ଦମନ ଚଳଚ୍ଚିତ୍ର ପ୍ରଦର୍ଶନ ବ୍ୟବସ୍ଥା କରାଯାଇଥିଲା […]

Samaya Live Picture
Published On

ଭୁବନେଶ୍ୱର : ଆଜି ଲୋକସେବା ଭବନ କନଭେନସନ ହଲରେ (ସଚିବାଳୟ)ରେ ବାସ୍ତବଧର୍ମୀ ଓଡ଼ିଆ ଚଳଚ୍ଚିତ୍ର ଦମନ ପ୍ରଦର୍ଶିତ କରାଯାଇଛି । ଏହାସହିତ ମାଲକାନଗିରି ଜିଲ୍ଲାର ସ୍ୱାସ୍ଥ୍ୟ ସେବା ମ୍ୟାଲେରିଆ ନିରାକରଣ ଉପରେ ପର୍ଯ୍ୟବସିତ ଏହି ଚଳଚ୍ଚିତ୍ରକୁ ଟିକସମୁକ୍ତ କରିଛନ୍ତି ରାଜ୍ୟସରକାର । ବିଭିନ୍ନ ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଆଜି ଦମନ ଚଳଚ୍ଚିତ୍ର ପ୍ରଦର୍ଶନ ବ୍ୟବସ୍ଥା କରାଯାଇଥିଲା । ଆଜିର ଏହି ସ୍ୱତନ୍ତ୍ର ପ୍ରଦର୍ଶନକୁ ଯୁଗ୍ମ ସଚିିବ ପାହ୍ୟାରୁ ଊର୍ଦ୍ଧ୍ୱ ଅଧିକାରୀ ଏହି ଚଳଚ୍ଚିତ୍ରକୁ ଦେଖିବାର ସୁଯୋଗ ପାଇଛନ୍ତି ।

DAMaN Screened At Lokseva Bhavan

ବିଭିନ୍ନ ଅଞ୍ଚଳରେ କଷ୍ଟକର ସ୍ଥିତିରେ କାର୍ଯ୍ୟ କରୁଥିବା ଡାକ୍ତର ଓ ଅନ୍ୟ ଅଧିକାରୀମାନଙ୍କୁ ଏହା ଉତ୍ସାହିତ କରିବ। ଚଳଚ୍ଚିତ୍ରର, କାହାଣୀ,ଚରିତ୍ର ଓ ଅଭିନୟ ଦୃଷ୍ଟିରୁ ଏହାର ଲୋକପ୍ରିୟତା ବଢିବାରେ ଲାଗିଛି ଓ ଏହା ହିନ୍ଦୀ ଭାଷାରେ ସଂସ୍କରଣ ହେବାକୁ ଯାଉଛି । ଫଳରେ ଏହା ଭାରତର ବିଭିନ୍ନ ପ୍ରଦେଶରେ ଲୋକପ୍ରିୟତା ହାସଲ କରିବ । କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅରିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗଦେଇ ଆଗାମୀ ଦିନରେ ଏହିଭଳି ବାସ୍ତବଧର୍ମୀ ଚଳଚ୍ଚିତ୍ରର ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ । ଓଡ଼ିଶା ଚଳଚ୍ଚିତ୍ର ନିଗମର ସହଯୋଗ ତଥା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ଚଳଚ୍ଚିତ୍ରର ଲୋକପ୍ରିୟତା ଦୃଷ୍ଟିରୁ ଏହାକୁ ପୁନଶ୍ଚ କନଭେନସନ ସେଣ୍ଟରଠାରେ ପ୍ରଦର୍ଶନ କରାଯିବ ବୋଲି ମଧ୍ୟ ସେ କହିଥିଲେ ।

DAMaN Screened At Lokseva Bhavan

ଓଡିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ କହିଥିଲେ ଯେ, ୮୬ ବର୍ଷର ଓଡ଼ିଆ ସିନେମା ଇତିହାସରେ ଏଭଳି ସିନେମା ଏକ ଅଭିନବ ପଦକ୍ଷେପ । ଆଗାମୀ ଦିନରେ ଆଗାମୀ ଦିନରେ ଏହା ସବୁ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାମାନଙ୍କୁ ଉତ୍ସାହିତ କରିବ । କାର୍ଯ୍ୟକ୍ରମରେ ଚଳଚ୍ଚିତ୍ରର ମୁଖ୍ୟ ଅଭିନେତା ବାବୁସାନ ମହାନ୍ତି, ଯୁଗ୍ମ ରଚୟିତା ଓ କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହଆଗାମୀ ଦିନରେ ଏହାକୁ ସବୁ ଜିଲ୍ଲାରେ ପ୍ରଦର୍ଶିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି । ଆଜି ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟ ପ୍ରଦର୍ଶିତ ଦମନ ଚଳଚ୍ଚିତ୍ର ଦେଖିବା ଅବସରରେ ମୁଖ୍ୟ ଶାସନ ସଚିବ ଏହା କହିଛନ୍ତି । ନିର୍ଦ୍ଦେଶକ ବିଶ୍ୱାଳ ମୌର୍ୟ୍ୟା ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ସହିତ ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମ୍ବର୍ଦ୍ଧିତ କରିଥିଲେ । ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଚଳଚ୍ଚିତ୍ର ଦେଖିଥିଲେ । ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ।