ଲ୍ୟାଣ୍ଡଫଲ୍ ପରେ ଗତିପଥ ରିକର୍ଭ କରିବ ‘ଦାନା’

ଭୁବନେଶ୍ବର : ସାମୁଦ୍ରିକ ଝଡ଼ ‘ଦାନା’କୁ ନେଇ ଅପଡେଟ ଦେଇଛି ପାଣିପାଗ ବିଭାଗ । ଲ୍ୟାଣ୍ଡଫଲ ପରେ ବଦଳିବ ବାତ୍ଯା ଦାନାର ଗତିପଥ । ଏହାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ। ଆଜି ଏପରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି। ଦାନା ବର୍ତ୍ତମାନ ସାଗର ଦ୍ଵୀପରୁ ଦୂରେଇ ଓଡ଼ିଶା ଭିତରକୁ ପଶୁଛି ବାତ୍ୟା । ପାରାଦୀପଠାରୁ ୨୬୦ କିଲୋମିଟର ଦକ୍ଷିଣ ପୂର୍ବ ଓ ଧାମରାରୁ ୨୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ, […]

Samaya Live Picture
Published On

ଭୁବନେଶ୍ବର : ସାମୁଦ୍ରିକ ଝଡ଼ ‘ଦାନା’କୁ ନେଇ ଅପଡେଟ ଦେଇଛି ପାଣିପାଗ ବିଭାଗ । ଲ୍ୟାଣ୍ଡଫଲ ପରେ ବଦଳିବ ବାତ୍ଯା ଦାନାର ଗତିପଥ । ଏହାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ। ଆଜି ଏପରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି।

ଦାନା ବର୍ତ୍ତମାନ ସାଗର ଦ୍ଵୀପରୁ ଦୂରେଇ ଓଡ଼ିଶା ଭିତରକୁ ପଶୁଛି ବାତ୍ୟା । ପାରାଦୀପଠାରୁ ୨୬୦ କିଲୋମିଟର ଦକ୍ଷିଣ ପୂର୍ବ ଓ ଧାମରାରୁ ୨୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ, ସାଗର ଦ୍ୱୀପଠାରୁ ୩୫୦ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ରହିଛି। ଏହା ବର୍ତ୍ତମାନ ଉତ୍ତର- ପଶ୍ଚିମ ଦିଗକୁ ଗତି କରୁଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି। ୨୪ ମଧ୍ୟ ରାତ୍ରିରୁ ୨୫ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ । ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲା ପ୍ରଭାବିତ ହେବ । ଢେଙ୍କାନାଳ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ପ୍ରଭାବିତ ସମ୍ଭାବନା । କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସମ୍ବଲପୁର ଜିଲ୍ଲା ପ୍ରଭାବିତ ସମ୍ଭାବନା । ଅନ୍ୟ କିଛି ଜିଲ୍ଲା ମଧ୍ୟ ପ୍ରଭାବିତ ହେବା ସମ୍ଭାବନା । ତେବେ ସୂଚନା ଅନୁସାରେ ସବୁଠାରୁ ଅଧିକ ବର୍ଷା ପାରାଦୀପରେ ରେକର୍ଡ କରାଯାଇଛି । ସ୍ଥଳ ଭାଗକୁ ଲୁଣି ପାଣି ମାଡ ଯିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।

ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ ଇ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସାମୁଦ୍ରିକ ଝଡ଼ । ଏହା ପ୍ରଭାବରେ ୨୪ ତାରିଖ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା ରେ ଭୀଷଣ ବର୍ଷା ହେବ । ୨୫ ତାରିଖ ରୁ ଆଭ୍ୟନ୍ତରୀଣ ଓଡିଶା ର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ଅତିକ୍ରମ କରିବ ବାତ୍ୟାର ଅଂଶ । ସେହିପରି ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ ଇ ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

Tags: