ଦଶହରା ବେଳକୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଏଥର ଦଶହରାରେ ବହିଯିବି ଓଡିଶା । ଆସନ୍ତା ଅକ୍ଟୋବର ୧ ରୁ ଆସୁଛି ଆଉ ଏକ ଲଘୁଚାପ I ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ପ୍ରଭାବରେ ପୂଜା ସମୟରେ ବିଜୁଳି ଘଡ଼ଘଡି ସହ ୨ ଓ ୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସୋଆ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି I କେନ୍ଦ୍ର […]

Samaya Live Picture
Published On

ଭୁବନେଶ୍ୱର : ଏଥର ଦଶହରାରେ ବହିଯିବି ଓଡିଶା । ଆସନ୍ତା ଅକ୍ଟୋବର ୧ ରୁ ଆସୁଛି ଆଉ ଏକ ଲଘୁଚାପ I ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ପ୍ରଭାବରେ ପୂଜା ସମୟରେ ବିଜୁଳି ଘଡ଼ଘଡି ସହ ୨ ଓ ୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସୋଆ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି I
କେନ୍ଦ୍ର ପୂର୍ବାନୁମାନ ଅନୁସାରେ, ଦକ୍ଷିଣ ଚାଇନା ସାଗରରେ ଟାଇଫୁନ୍‌ ନୋରୁର ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ମିଆଁମାର ଉପକୂଳରେ ବାୟୁମଣ୍ଡଳ ଉପରଭାଗରେ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି । ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ବାଂଲାଦେଶ ଉପକୂଳବର୍ତ୍ତୀ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳକୁ ଆସିବ । ପରଦିନ ଏହା ପଶ୍ଚିମ ଓଡ଼ିଶାକୁ ମୁହାଁଇବ ।

୨ ତାରିଖରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୩ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଡେଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ୪ରୁ ୬ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ସେପଟେ ୨୭ରୁ ୨୯ ତାରିଖ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ୨୮ ଓ ୨୯ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଣିପାଗ ଅନୁକୂଳ ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।