ପିଜି ନାମଲେଖା ଏଣ୍ଟ୍ରାନ୍ସ ପାଇଁ ତାରିଖ ଘୋଷଣା
ଭୁବନେଶ୍ବର: ଆରମ୍ଭ ହେବ ପିଜି ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି । ଆସନ୍ତାକାଲି ଠାରୁ ସ୍ନାତକୋତ୍ତର ପାଠ୍ୟକ୍ରମ ବା ପିଜି ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ଚଳିତବର୍ଷ ଛାତ୍ରଛାତ୍ରୀଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ ।
ପିଜିରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାର ଦେବାକୁ ପଡ଼ିବ । ଏହି CPET ପ୍ରବେଶିକା ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଫେବୃଆରୀ ୨୭ ତାରିଖରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ସାମସ୍ (SAMS) ପୋର୍ଟାଲକୁ ଯାଇ Common Application Form (CAF) ପୂରଣ କରିପାରିବେ । ଏପ୍ରିଲ ମାସ ୨୭ ତାରିଖରୁ ମେ' ମାସ ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ନାତକୋତ୍ତର ବିଷୟ ପାଇଁ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ ।



