ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ
ରାୟଗଡା : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା Iକିଛିଦିନ ଧରି ସେ ଅସୁସ୍ଥ ଥିଲେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି I ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ। ଡମ୍ବରୁଧର ଉଲାକା ରାୟଗଡା ଜିଲ୍ଲା କଲ୍ୟାଣସିଂପୁରରେ ୧୯୩୭ ମସିହାରେ ଜନ୍ମ ଗ୍ରହଣ କରିଥିଲେ […]
ରାୟଗଡା : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା Iକିଛିଦିନ ଧରି ସେ ଅସୁସ୍ଥ ଥିଲେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି I ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ।
ଡମ୍ବରୁଧର ଉଲାକା ରାୟଗଡା ଜିଲ୍ଲା କଲ୍ୟାଣସିଂପୁରରେ ୧୯୩୭ ମସିହାରେ ଜନ୍ମ ଗ୍ରହଣ କରିଥିଲେ I ତାଙ୍କ ବାପା ଶ୍ୟାମ ଘନ ଉଲାକା ମଧ୍ୟ ଜଣେ ରାଜନେତା ଥିଲେ I ଡମ୍ବରୁଧର ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ।
ସୂଚନାନୁସାରେ, ପ୍ରଥମେ ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ କୁ ନିଆଯିବ ଓ ଏହା ପରେ ରାୟଗଡ଼ା ଜିଲା କୋଲନରା ବ୍ଲକ ବାଙ୍କିଲି ସ୍ଥିତ ବାସଭନକୁ ନିଆଯିବାର ସୂଚନା ମିଳୁଛି। ଦେହାନ୍ତ ବିଷୟରେ ଜାଣି ମାନ୍ୟବର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।




