ସୃଷ୍ଟି ହେଲା ଲଘୁଚାପ,ଓଡ଼ିଶାରେ ପ୍ରଭାବ ନାହିଁ

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ । ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ । ଦକ୍ଷିଣ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ୨୪ ତାରିଖ ସକାଳୁ ଏହା କେନ୍ଦ୍ରୀୟ ବଙ୍ଗପୋସାଗରରେ ଅବପାତର ରୂପ ନେବ । ଅବପାତ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସହ ଏହା ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ବର୍ଷା […]

Samaya Live Picture
Published On

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ । ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ । ଦକ୍ଷିଣ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ୨୪ ତାରିଖ ସକାଳୁ ଏହା କେନ୍ଦ୍ରୀୟ ବଙ୍ଗପୋସାଗରରେ ଅବପାତର ରୂପ ନେବ । ଅବପାତ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସହ ଏହା ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଆସନ୍ନ ଲଘୁଚାପର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି ଏକ ପ୍ରେସମିଟରେ କହିଛନ୍ତି ।

ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ । ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ କେନ୍ଦ୍ରୀୟ ଓ ୨୪ରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି । ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Tags: