ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର I ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି I ୧୫ ତାରିଖ ସୁଦ୍ଧା ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବ I ୧୫ ତାରିଖ ଅପରାହ୍ନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ୧୬ ତାରିଖରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି I […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର I ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି I ୧୫ ତାରିଖ ସୁଦ୍ଧା ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବ I ୧୫ ତାରିଖ ଅପରାହ୍ନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ୧୬ ତାରିଖରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି I

ଲଘୁଚାପଟି ଓଡ଼ିଶା ଉପକୂଳ ନିକଟ ଦେଇ ଏହା ଗତି କରୁଥିବାରୁ ୧୬ ଓ ୧୭ ତାରିଖରେ ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ପଡ଼ିବ । ୧୬ ତାରିଖରେ ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର,ଗଞ୍ଜାମ, କଟକ,ଭଦ୍ରକ ଆଦି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି Iଏନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି I ସେହିପରି ୧୭ ତାରିଖରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଥିବା ବେଳେ ୧୮ ତାରିଖରୁ ପାଣିପାଗ ପରିସ୍କାର ରହିବ I

Tags: