ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଥିଲେ । ଏହି ଅବସରରେ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଆୟୋଗର ବାର୍ଷିକ ରିପୋର୍ଟ, ନ୍ୟୁଜଲେଟର ‘ବିଜୟିନୀ’, ପାସପୋର୍ଟ ଟୁ ଓମେନ ଏମପାୱାରମେଣ୍ଟ’ ଏବଂ ନୂତନ ୱେବସାଇଟ୍ ଉନ୍ମୋଚନ କରିଥିଲେ  । ଏହା ସହିତ ସଫଳ ମିଳନ ହୋଇଥିବା ଦମ୍ପତିଙ୍କୁ ନେଇ ଏକ ସଂକଳନ ‘ପୁନର୍ମିଳନ’ ମଧ୍ୟ ଉନ୍ମୋଚିତ ହୋଇଥିଲା । ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ଯେ ରାଜ୍ୟ ସରକାର କେବଳ ମହିଳା ବିକାଶ ନୁହେଁ, ବରଂ ‘ମହିଳା-ନେତୃତ୍ୱାଧୀନ ବିକାଶ’ ଆଦର୍ଶରେ ବିଶ୍ୱାସ କରନ୍ତି । ମହିଳାଙ୍କ ବିରୋଧରେ ହେଉଥିବା ହିଂସା, ଅପରାଧ ଏବଂ ଲିଙ୍ଗଗତ ବୈଷମ୍ୟକୁ ସମ୍ପୂର୍ଣ୍ଣ ରୂପେ ଦୂର କରି ସେମାନଙ୍କୁ ଉଚିତ ନ୍ୟାୟ ପ୍ରଦାନ କରିବା ଉପରେ ଗୁରୁତ୍ତ୍ୱାରୋପ କରିଥିଲେ।

ସମ୍ବନ୍ଧିତ ଖବର କୋର୍ଟ ସମ୍ମୁଖରେ ଯୁବକଙ୍କୁ ବିଭତ୍ସ ହତ୍ୟା

 

ସମ୍ବନ୍ଧିତ ଖବର ତେଲ ଗୁଜବ ! ପେଟ୍ରୋଲ ପମ୍ପରେ ଅସମ୍ଭବ ଭିଡ଼

Tags: