ମମତା ବାନାର୍ଜୀଙ୍କ ବୟାନକୁ କଡା ସମାଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଭୁବନେଶ୍ୱର : ପଶ୍ଚିମବଙ୍ଗ ଦୁର୍ଗାପୁରରେ ଏକ ଘରୋଇ ମେଡିକାଲ କଲେଜରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବେପରୁୱା ବୟାନକୁ ନେଇ କଡା ସମାଲୋଚନା କରିଛନ୍ତି ଓଡିଶା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ମମତାଙ୍କ ବୟାନକୁ କାଉଣ୍ଟର କରି ପ୍ରଭାତୀ କହିଛନ୍ତି ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁଁହରୁ-“ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ ମନ୍ତବ୍ୟ କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳା ରେ ଥିବା ଚାରିକୋଟି ନବେ ଲକ୍ଷ […]
ଭୁବନେଶ୍ୱର : ପଶ୍ଚିମବଙ୍ଗ ଦୁର୍ଗାପୁରରେ ଏକ ଘରୋଇ ମେଡିକାଲ କଲେଜରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବେପରୁୱା ବୟାନକୁ ନେଇ କଡା ସମାଲୋଚନା କରିଛନ୍ତି ଓଡିଶା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ମମତାଙ୍କ ବୟାନକୁ କାଉଣ୍ଟର କରି ପ୍ରଭାତୀ କହିଛନ୍ତି ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁଁହରୁ-“ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ ମନ୍ତବ୍ୟ କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳା ରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି ।
ପୀଡିତାକୁ ନ୍ୟାୟ ଦେବା ବଦଳରେ ଲିଙ୍ଗଭିତିକ ଅସମନତା ଆଣିବା, ଝିଅମାନଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କର ନାହିଁ । ଆଉ ଯଦି ଓଡ଼ିଆ ଝିଅ ପୀଡିତା ବୋଲି ଦରଦ ନାହିଁ ଓଡିଶା ସରକାରଙ୍କୁ ଲେଖି ଦିଅନ୍ତୁ । ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝିପାରିବୁ। ଲଜ୍ଜାବୋଧ ନ ରହିବା ଅତ୍ୟନ୍ତ ନିନ୍ଦନୀୟ । ମହିଳା ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅ ମାନେ ଆଶା କରିବେନି ତାହାହେଲେ କରିବେ କାହାଠାରୁ ? ‘ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଏଭଳି ମନ୍ତବ୍ୟ ଆସିବା ଉଚିତ୍ ନୁହେଁ । ନ୍ୟାୟ ଦେବା ବଦଳରେ ଝିଅଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବା ନିନ୍ଦନୀୟ ।




