ଭିଜିଲାନ୍ସ ଜାଲରେ ଡ଼େପୁଟି କଲେକ୍ଟର

କେନ୍ଦୁଝର : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । କେନ୍ଦୁଝର ଜିଲ୍ଲା ଭୁଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି । ସୂଚନା ମୁତାବକ, କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ବନାଯୋଡି ଦେଇ ଯାଇଥିବା ୬ ଲେନ ରାସ୍ତା ପାଇଁ ଚିତ୍ରସେନ ବ୍ରହ୍ମଙ୍କର ଦେଢ଼ ଏକର ଜମି ପାଇଁ ସେ ୬ ଲକ୍ଷ […]

ଭିଜିଲାନ୍ସ ଜାଲରେ ଡ଼େପୁଟି କଲେକ୍ଟର
Samaya Live Picture
Published On

କେନ୍ଦୁଝର : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । କେନ୍ଦୁଝର ଜିଲ୍ଲା ଭୁଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି ।

ସୂଚନା ମୁତାବକ, କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ବନାଯୋଡି ଦେଇ ଯାଇଥିବା ୬ ଲେନ ରାସ୍ତା ପାଇଁ ଚିତ୍ରସେନ ବ୍ରହ୍ମଙ୍କର ଦେଢ଼ ଏକର ଜମି ପାଇଁ ସେ ୬ ଲକ୍ଷ ୯୬ ହଜାର ଟଙ୍କା କ୍ଷତି ପୂରଣ ପାଇବାର ଥିଲା । ହେଲେ ଏହି ଟଙ୍କା ଦେବାକୁ ଶରତ ଗିରି ୧୦ ପ୍ରତିଶତ ହିସାବରେ ୭୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଚିତ୍ରସେନ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଏହାପରେ ଯୋଜନା ଅନୁସାରେ ଆଜି ପୂର୍ବାହ୍ନ ୧୦ଟା ବେଳେ ଜମିଜମା କ୍ଷତିପୂରଣ ପାଇଁ ନିଜ କାର୍ଯ୍ୟାଳୟରେ ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ମାଡ଼ିବସିଛି । କେବଳ କେନ୍ଦୁଝର କାର୍ଯ୍ୟାଳୟ ନୁହେଁ ଓଏଏସ ଅଧିକାରୀଙ୍କର ପୁରୀସ୍ଥିତ ପୈତୃକ ବାସ ଭଵନ ସମେତ ଏକାଧିକ ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

Tags: