କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଦାୟିତ୍ୱ ଏଏସଆଇକୁ ଦିଆଯାଉ,ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଏବଂ ଉନ୍ନତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ASI)କୁ ଦାୟିତ୍ୱ ନେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ ୫ ତାରିଖରେ ସସ୍କୃତି ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ଗେଜେଟ୍ ଅଫ୍ ଇଣ୍ଡିଆରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ସପ୍ତମ ଶତାବ୍ଦୀର […]

Samaya Live Picture
Published On

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଏବଂ ଉନ୍ନତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ASI)କୁ ଦାୟିତ୍ୱ ନେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଗତ ୫ ତାରିଖରେ ସସ୍କୃତି ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ଗେଜେଟ୍ ଅଫ୍ ଇଣ୍ଡିଆରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ସପ୍ତମ ଶତାବ୍ଦୀର ସୁନ୍ଦର ଐତିହ୍ୟ, କୀର୍ତ୍ତିରାଜି ଏବଂ ଚିତ୍ରକଳା ପାଇଁ ଏହି ପୁରାତନ ମନ୍ଦିର ପ୍ରସିଦ୍ଧ । ଏହି ଶୈବପୀଠ ପ୍ରମୁଖ ତୀର୍ଥସ୍ଥଳୀ ମଧ୍ୟରୁ ଅନ୍ୟତମ । ମାତ୍ର ସହରୀକରଣ, ପ୍ରଦୂଷଣ ସମସ୍ୟା ପାଇଁ ମନ୍ଦିରଟି ଆଜି ଅବହେଳିତ ହୋଇ ରହିଛି । ମନ୍ଦିର ଚତୁପାର୍ଶ୍ୱ ଜବରଦଖଲ ହୋଇଥିବା ବେଳେ ରକ୍ଷଣାବେକ୍ଷଣ ଏବଂ ସଂରକ୍ଷଣ ଅଭାବ କାରଣରୁ ମନ୍ଦିରର ଢାଞ୍ଚା ଅବକ୍ଷୟ ହୋଇଚାଲିଛି ।

ଏହାକୁ ଦୃଷ୍ଟିରେ ରଖି ଏଏସଆଇକୁ ମନ୍ଦିର ସୁରକ୍ଷା ଏବଂ ବିକାଶ ଯୋଜନାରେ କପିଳେଶ୍ୱର ମନ୍ଦିରକୁ ଅନ୍ତର୍ଭୃକ୍ତ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଶ୍ରୀ ପ୍ରଧାନ ବିଭାଗୀୟ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ।

ଐତିହ୍ୟ ସମ୍ପନ୍ନ କପିଳେଶ୍ୱର ମନ୍ଦିରକୁ ASIର ସୁରକ୍ଷିତ ଐତିହ୍ୟ ତାଲିକାରେ ସ୍ଥାନ ଦେବାକୁ ପୂର୍ବରୁ ଦାବି ହୋଇ ଆସୁଥିଲା। ଏବେ କେନ୍ଦ୍ର ସଂସୃତି ମନ୍ତ୍ରାଳୟର ପଦକ୍ଷେପ ପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡୀଙ୍କୁ ଟ୍ୱିଟ୍ କରି ଧନ୍ୟବାଦ ଜଣାଇଛନ୍ତି।

Tags: