ଆଜି ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିବେ । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳେ ସମଲେଶ୍ୱରୀ ମନ୍ଦିରରୁ ବାହାରି ଏକ ସାଂସ୍କୃତିକ ଶୋଭାଯାତ୍ରା ସହିତ ନେତୃମଣ୍ଡଳୀ ଓ ଜନସାଧାରଣ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବଲପୁର ଲୋକସଭାର ପ୍ରାର୍ଥୀତ୍ୱ ଭାବେ […]

Samaya Live Picture
Published On

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିବେ । ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳେ ସମଲେଶ୍ୱରୀ ମନ୍ଦିରରୁ ବାହାରି ଏକ ସାଂସ୍କୃତିକ ଶୋଭାଯାତ୍ରା ସହିତ ନେତୃମଣ୍ଡଳୀ ଓ ଜନସାଧାରଣ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବଲପୁର ଲୋକସଭାର ପ୍ରାର୍ଥୀତ୍ୱ ଭାବେ ସମ୍ବଲପୁରବାସୀ ସ୍ୱାଗତ କରିଛନ୍ତି ।

ସେହିପରି ଆଜି ଭୁବନେଶ୍ୱର ଲୋକସଭା ଆସନ ପାଇଁ ଦୁଇ ହେଭିୱେଟ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ପ୍ରାର୍ଥୀପତ୍ର ଦାଖଲ କରିବେ I ଅନ୍ୟପଟେ ପୁରୀ ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।

Tags: