ବାତ୍ୟା ପାଇଁ ଟ୍ୱିଟ୍‌ କଲେ ଧର୍ମେନ୍ଦ୍ର,ଟୋଲ ଫ୍ରି ନମ୍ବର ଜାରି କଲା ବିଜେପି

ଭୁବନେଶ୍ୱର : ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏଭଳି ସ୍ଥିତିରେ ରାଜ୍ୟବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଏହାରି ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଛନ୍ତି । ନିଜ ଟ୍ୱିଟ୍‌ରେ ସେ ଲେଖିଛନ୍ତି,”ସାମୁଦ୍ରିକ ବାତ୍ୟା ‘ଦାନା’ ଦ୍ୱାରା ଜଗତସିଂହପୁର, ଭଦ୍ରକ, ମୟୂରଭଞ୍ଜ, ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ବିଶେଷ ଭାବରେ ପ୍ରଭାବିତ ହେବା ନେଇ ପାଣିପାଗ ବିଭାଗ […]

Samaya Live Picture
Published On

ଭୁବନେଶ୍ୱର : ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏଭଳି ସ୍ଥିତିରେ ରାଜ୍ୟବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଏହାରି ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଛନ୍ତି । ନିଜ ଟ୍ୱିଟ୍‌ରେ ସେ ଲେଖିଛନ୍ତି,”ସାମୁଦ୍ରିକ ବାତ୍ୟା ‘ଦାନା’ ଦ୍ୱାରା ଜଗତସିଂହପୁର, ଭଦ୍ରକ, ମୟୂରଭଞ୍ଜ, ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ବିଶେଷ ଭାବରେ ପ୍ରଭାବିତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବାତ୍ୟାର ମୁକାବିଲା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରାଯାଉଛି ।”

ସେ ଆହୁରି ମଧ୍ୟ ଲେଖିଛନ୍ତି “ରାଜ୍ୟରେ ଧନ ଜୀବନକୁ ସୁରକ୍ଷିତ ରଖିବା ସହିତ ବାତ୍ୟାର ସଫଳ ମୁକାବିଲା କରିବା ନିମନ୍ତେ ଆମ ସରକାର ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛନ୍ତି । ଏଭଳି ସମୟରେ ଜନସାଧାରଣ ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ବାତ୍ୟା ସତର୍କ ସୂଚନା ମାନିବାକୁ ଅନୁରୋଧ କରୁଛି ।”

“ଆମ ଦଳର କାର୍ଯ୍ୟକର୍ତ୍ତାମାନେ ନିଜର ଶକ୍ତି ଓ ସାମର୍ଥ୍ୟ ସହ ବାତ୍ୟା ପ୍ରଭାବିତ ହେବାକୁ ଥିବା ସ୍ଥାନର ଲୋକମାନଙ୍କୁ ସାହାଯ୍ୟ ସହଯୋଗ କରିବା ପାଇଁ ଅନୁରୋଧ କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟରେ ଜନସାଧାରଣଙ୍କର କିଛି କ୍ଷତି ନ ହେଉ, ଏହା ହିଁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।”

ସେହିପରି ବାତ୍ୟା ପାଇଁ ବିଜେପି ପକ୍ଷରୁ ଟୋଲ୍ ଫ୍ରି ନମ୍ୱର ୬୭୪୨୩୯୩୯୮୪ ଜାରି ହୋଇଛି । କର୍ମକର୍ତ୍ତା ମାନଙ୍କୁ ପ୍ରଶାସନ ସହିତ ଯୋଡି ହୋଇ ରହିବାକୁ ପରାମର୍ଶ ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଜଣେ ଲୋକ ଯେମିତି ଓଳିଏ ଖାଇବାରୁ ବଞ୍ଚିତ ନହୁଏ ସେଥିପାଇଁ ଧ୍ୟାନ ଦେବାକୁ କର୍ମୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ପାଇଁ ସବୁ କାର୍ଯ୍ୟକ୍ରମକୁ ବାତିଲ କରିଛି ବିଜେପି ।

ସମସ୍ତ ବିଧାୟକ, କର୍ମୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବା ନିର୍ଦ୍ଦେଶ ଦିଆଯାଇଛି । ତେବେ ସମସ୍ୟା ସମ୍ପର୍କରେ ତୁରନ୍ତ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭାପତି ମନ ମୋହନ ସାମଲ ।

Tags: