ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି: ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ
ହୀରାକୁଦ: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି I ଏଥିରେ ଆକ୍ରାନ୍ତ ହୋଇ ୪୯ ଜଣଙ୍କୁ ହୀରାକୁଦ ହସ୍ପିଟାଲ ରେ ଭର୍ତି କରାଯାଇଛି I ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଗୁରୁତରଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା I କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି I ହୀରାକୁଦ ସହରର ଗୁରୁଦ୍ୱାରାପଡ଼ା, ଗୌଡ଼ପଡ଼ା,କାଲୋପଡ଼ା,ନ୍ୟୁ ମାର୍କେଟ କଲୋନି,ମାଛପଡ଼ାରେ ସଂକ୍ରମଣ ବଢ଼ିଚାଲିଛି। ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି […]
ହୀରାକୁଦ: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି I ଏଥିରେ ଆକ୍ରାନ୍ତ ହୋଇ ୪୯ ଜଣଙ୍କୁ ହୀରାକୁଦ ହସ୍ପିଟାଲ ରେ ଭର୍ତି କରାଯାଇଛି I ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଗୁରୁତରଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା I କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି I
ହୀରାକୁଦ ସହରର ଗୁରୁଦ୍ୱାରାପଡ଼ା, ଗୌଡ଼ପଡ଼ା,କାଲୋପଡ଼ା,ନ୍ୟୁ ମାର୍କେଟ କଲୋନି,ମାଛପଡ଼ାରେ ସଂକ୍ରମଣ ବଢ଼ିଚାଲିଛି। ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ରିପୋର୍ଟ ଅନୁସାରେ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ପାଣିକୁ ବିଶୁଦ୍ଧ କରାଯାଉନାହିଁ,ଯାହା ଫଳରେ ସଂକ୍ରମଣ ବ୍ୟାପୁଛି। ୪ଟି ସ୍ଥାନରୁ ପାନୀୟ ଜଳ ନମୂନ ସଂଗ୍ରହ କରାଯାଇଛି। ଏବେ ଘର ଘର ବୁଲି ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ।




