ଦିଗପହଣ୍ଡି ବସ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର /ନୂଆଦିଲ୍ଲୀ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି […]
ଭୁବନେଶ୍ୱର /ନୂଆଦିଲ୍ଲୀ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।
ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
— President of India (@rashtrapatibhvn) June 26, 2023
ସେହିପରି ବସ୍ ଦୁର୍ଘଟଣାରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହା ଛଡା ସେ ପୀଡ଼ିତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ସହିତ ଆହତଙ୍କୁ ଉତ୍ତମ ଚିକିତ୍ସା ନିମନ୍ତେ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି।
ଅନ୍ୟପଟେ ଦିଗପହଣ୍ଡି ବସ୍ ଦୁର୍ଘଟଣା ଖବର ସମଗ୍ର ରାଜ୍ୟବାସୀଙ୍କୁ ଦୋହଲାଇ ଦେଇଥିବା ବେଳେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ବୈଜୟନ୍ତ ପଣ୍ଡା ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରୁଛି ।
ଓଁ ଶାନ୍ତି…— Baijayant Jay Panda (@PandaJay) June 26, 2023




