ନୂଆବର୍ଷରୁ ରାଜ୍ୟରୁ ଦେଶର ୭ ସହରକୁ ସିଧାସଳଖ ବିମାନ ସେବା ଆରମ୍ଭ
ଭୁବନେଶ୍ୱର : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ବିମାନ ଉଡ଼ିବ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ଜାନୁଆରୀ ୧ ତାରିଖରୁ ଝାରସୁଗୁଡା ବିମାନବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇ ସହରକୁ ସିଧାସଳଖ ବିମାନ ଚଳାଚଳ କରିବ। ସେହିପରି […]
ଭୁବନେଶ୍ୱର : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ବିମାନ ଉଡ଼ିବ ।
ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ଜାନୁଆରୀ ୧ ତାରିଖରୁ ଝାରସୁଗୁଡା ବିମାନବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇ ସହରକୁ ସିଧାସଳଖ ବିମାନ ଚଳାଚଳ କରିବ। ସେହିପରି ଭୁବନେଶ୍ୱର ବିମାନବନ୍ଦରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର ଏବଂ ଲକ୍ଷ୍ନୌକୁ ସିଧାସଳଖ ବିମାନ ଚଳାଚଳ କରିବ। ଏହା ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ିବା ସହ ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ସୂଚନା ଦିଆଯାଇଛି।




