ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି – ବାଚସ୍ପତି

ଭୁବନେଶ୍ଵର : ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ। ଚଳିତ ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ଅଧିବେଶନରେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ। କିନ୍ତୁ ବିଶୃଙ୍ଖଳା ଆଚରଣ କଲେ ବରଦାସ୍ତ କରାଯିବନି। ବିରୋଧୀ ଦଳ ବିରୋଧୀ ଭୂମିକା ନିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ତାରିଖ ସ୍ଥିର ହୋଇନି ବୋଲି କହିଛନ୍ତି ବାଚସ୍ପତି। ସୂଚନାନୁସାରେ,ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ […]

Samaya Live Picture
Published On

ଭୁବନେଶ୍ଵର : ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ। ଚଳିତ ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ଅଧିବେଶନରେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ। କିନ୍ତୁ ବିଶୃଙ୍ଖଳା ଆଚରଣ କଲେ ବରଦାସ୍ତ କରାଯିବନି। ବିରୋଧୀ ଦଳ ବିରୋଧୀ ଭୂମିକା ନିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ତାରିଖ ସ୍ଥିର ହୋଇନି ବୋଲି କହିଛନ୍ତି ବାଚସ୍ପତି।

ସୂଚନାନୁସାରେ,ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ରହିବ । ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ରହିବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି । ମୋଟ୍ ୨୮ ଦିନର କାର୍ଯ୍ୟଦିବସ ରହିବ । ୨୮ ଦିନ ଭିତରେ ୩ ଦିନ ସରକାରୀ ଓ ୩ ଦିନ ବେସରକାରୀ କାର୍ଯ୍ୟଦିବସ ରହିବ I ୧୭ ତାରିଖରେ ବଜେଟ ଆଗତ ହେବ ଏବଂ ବଜେଟ ଉପରେ ବିସ୍ତୃତ ଆଲୋଚନା ହେବ। ୨୦ ଓ ୨୧ରେ ବଜେଟ ଉପରେ ସାଧାରଣ ଆଲୋଚନା ରହିଛି।

Tags: