ରାଜ୍ୟର ୩ ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର : ରାଜ୍ୟରେ ବସିବ ୩ଟି ନୂଆ ଡପଲର ରାଡାର୍ ବସାଯିବ । ସମ୍ବଲପୁର, ବାଲେଶ୍ଵର ଓ ଭୁବନେଶ୍ୱରରେ ଏହାକୁ ବସାଯିବ। ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି । ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି । ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ। ଭୁବନେଶ୍ବର, ବାଲେଶ୍ବର […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ବସିବ ୩ଟି ନୂଆ ଡପଲର ରାଡାର୍ ବସାଯିବ । ସମ୍ବଲପୁର, ବାଲେଶ୍ଵର ଓ ଭୁବନେଶ୍ୱରରେ ଏହାକୁ ବସାଯିବ। ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି । ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି । ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ। ଭୁବନେଶ୍ବର, ବାଲେଶ୍ବର ଏବଂ ସମ୍ବଲପୁରରେ ଖୁବଶୀଘ୍ର ଡପଲର ରାଡାର ଲାଗିବ। ଏହା ଦ୍ବାରା ପ୍ରାକୃତିକ ବିପର୍ଯ୍ୟୟ ଆକଳନ ଆହୁରି ସଠିକ ହୋଇପାରିବ।

ଦେଶରେ ୭୩ଟି ରାଡାର ରହିଛି। ୨୦୨୬ ସୁଦ୍ଧା ଏହାକୁ ୧୨୬ରେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ସେପଟେ ଅଦିନିଆ ବର୍ଷାକୁ ନେଇ ସତର୍କ କରିଛନ୍ତି ଆଇ ଏମ ଡି ଡ଼ିଜି । ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ। ବଙ୍ଗୋପସାଗରରେ ଥିବା ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷା ୨୪-୨୫ ତାରିଖରେ ଉପକୂଳଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Tags: