ଡବଲ ଇଞ୍ଜିନ ସରକାରର ଡବଲ କମାଲ: 19ଟି ଗୁରୁତ୍ୱପୂର୍ଣ୍ଣ ସଡ଼କ ପ୍ରକଳ୍ପର ଉଦଘାଟନ କଲେ କେନ୍ଦ୍ର ପରିବହନ ମନ୍ତ୍ରୀ
ଭୁବନେଶ୍ୱର:ଡବଲ ଇଞ୍ଜିନ ସରକାରର ଡବଲ କମାଲ। ଆଜି ଓଡ଼ିଶାରେ ବିଭିନ୍ନ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଡବଲ ଇଞ୍ଜିନ ସରକାରର କାର୍ଯ୍ୟଶୈଳୀର ପ୍ରଭାବ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ବାରମ୍ୱାର କହିଛନ୍ତି ଯେ, ଡବଲ ଇଞ୍ଜିନ ସରକାରରେ ବିକାଶର ଗତି ଦୁଇଗୁଣ ହେବ। ଆଜି ବାସ୍ତବରେ ତାହା ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ଓଡ଼ିଶା ପାଇଁ ବିଭିନ୍ନ ପ୍ରକଳ୍ପର ପ୍ରସ୍ତାବ ଦେଇଥିଲେ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ତୁରନ୍ତ ସଭା ଉପରେ ସେହି […]
ଭୁବନେଶ୍ୱର:ଡବଲ ଇଞ୍ଜିନ ସରକାରର ଡବଲ କମାଲ। ଆଜି ଓଡ଼ିଶାରେ ବିଭିନ୍ନ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଡବଲ ଇଞ୍ଜିନ ସରକାରର କାର୍ଯ୍ୟଶୈଳୀର ପ୍ରଭାବ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ବାରମ୍ୱାର କହିଛନ୍ତି ଯେ, ଡବଲ ଇଞ୍ଜିନ ସରକାରରେ ବିକାଶର ଗତି ଦୁଇଗୁଣ ହେବ। ଆଜି ବାସ୍ତବରେ ତାହା ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ଓଡ଼ିଶା ପାଇଁ ବିଭିନ୍ନ ପ୍ରକଳ୍ପର ପ୍ରସ୍ତାବ ଦେଇଥିଲେ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ତୁରନ୍ତ ସଭା ଉପରେ ସେହି ପ୍ରକଳ୍ପ ଗୁଡ଼ିକ ମଞ୍ଜୁର ହେଲା ବୋଲି ଘୋଷଣା କରିଥିଲେ।
କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନିତିନ ଗଡ଼କରୀ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ 19ଟି ଗୁରୁତ୍ୱପୂର୍ଣ୍ଣ ସଡ଼କ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି ।
ସୂଚନା ଯୋଗ୍ୟ ଯେ, ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରୁ ୮୪୫ କୋଟିରେ ଦୁଇଟି ସଡ଼କ ପ୍ରକଳ୍ପର ଲୋକାର୍ପଣ, 3332 କୋଟି ଟଙ୍କା ବ୍ୟୟ ଅଟକଳ ସହିତ ୧୭ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଭୂମିପୂଜନ କରାଯାଇଛି। ଏହାଦ୍ୱାରା ଓଡ଼ିଶାରେ ବିକାଶର ଗତି ତ୍ୱରାନ୍ୱିତ ହେବ େବାଲି ବକ୍ତାମାନେ ମତ ଦେଇଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରସ୍ତାବିତ ୧୩ ଟି ପ୍ରକଳ୍ପ ମଞ୍ଜୁର କରିଥିଲେ। ଏହି ପ୍ରକଳ୍ପ ଗୁଡ଼ିକର ମୁଲ୍ୟ ୯୦୨୩ କୋଟି ଟଙ୍କା।




