ପୁରୀ ସ୍ୱର୍ଗ ଦ୍ୱାରରେ ସମ୍ପନ୍ନ ହେଲା ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ

ଭୁବନେଶ୍ୱର : ପଞ୍ଚଭୂତରେ ବିଲୀନ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନ। ସ୍ବର୍ଗଦ୍ବାରରେ ଦେବେନ୍ଦ୍ରଙ୍କ ମରଶରୀର ପହଞ୍ଚିବା ପରେ ଦିଆଯାଇଥିଲା ଗାର୍ଡ ଅଫ୍ ଅନର । ଏହାପରେ ବଡ଼ ପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପୂରା ପରିବାର ଉପସ୍ଥିତି ଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ, ଯୋଗ ଗୁରୁ ବାବା ରାମଦେବଙ୍କ ସମେତ ବିଜେପିର ବହୁ ନେତା, […]

Samaya Live Picture
Published On

ଭୁବନେଶ୍ୱର : ପଞ୍ଚଭୂତରେ ବିଲୀନ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନ। ସ୍ବର୍ଗଦ୍ବାରରେ ଦେବେନ୍ଦ୍ରଙ୍କ ମରଶରୀର ପହଞ୍ଚିବା ପରେ ଦିଆଯାଇଥିଲା ଗାର୍ଡ ଅଫ୍ ଅନର । ଏହାପରେ ବଡ଼ ପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପୂରା ପରିବାର ଉପସ୍ଥିତି ଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ, ଯୋଗ ଗୁରୁ ବାବା ରାମଦେବଙ୍କ ସମେତ ବିଜେପିର ବହୁ ନେତା, ମନ୍ତ୍ରୀ, ସାଂସଦ, ବିଧାୟକ ଓ କର୍ମୀ ଉପସ୍ଥିତ ରହି ଅନ୍ତିମ ଦର୍ଶନ କରିଥିଲେ ।

ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ନିଆଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ । ଭୁବନେଶ୍ବରରୁ ଏକ ସୁସଜ୍ଜିତ ଗାଡ଼ିରେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ମୃତଦେହ ସ୍ୱର୍ଗଦ୍ୱାର ଶ୍ମଶାନକୁ ଅଣାଯିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ତାଙ୍କ ଶେଷ ଦର୍ଶନ ପାଇଁ ବହୁ ଶୁଭେଚ୍ଛୁ ଅପେକ୍ଷା କରିଥିଲେ । ବିଭିନ୍ନ ରାଜନୈଦିକ, ସାମାଜିକ ଓ ସାଂସ୍କୃତିକପକ୍ଷରୁ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

ସୂଚନାନୁସାରେ, ଗତକାଲି ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଥିଲା । ଗତକିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ଅସୁସ୍ଥ ଥିଲେ। ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ ଦେବେନ୍ଦ୍ର ପ୍ରଧା ନ। ତାଙ୍କ ଦେହାନ୍ତ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧର୍ମେନ୍ଦ୍ରଙ୍କ ବାସଭବନ ଯାଇ ମରଶରୀରରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ ।

Tags: