ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍ପତି
ଭୁବନେଶ୍ବର: ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ । ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କରିଥିବା ରାଜ୍ୟପାଳଙ୍କ ନିଯୁକ୍ତିପତ୍ରକୁ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ପାଠ କରିଥିଲେ। ଏହି ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର: ଶପଥ ନେଲେ ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ । ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କରିଥିବା ରାଜ୍ୟପାଳଙ୍କ ନିଯୁକ୍ତିପତ୍ରକୁ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ପାଠ କରିଥିଲେ।
ଏହି ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତି ପରିଡ଼ା, ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ପୁଲିସ ମହାନିର୍ଦେଶକ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି ସମେତ ବିଜେପି ଓ ବିଜେଡି ଦଳର ବିଧାୟକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ। ଏହି ଅବସରରେ ନୂଆ ରାଜ୍ୟପାଳ ଡ.ହରିବାକୁ କମ୍ଭମପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା।
ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେବା ପରେ କେନ୍ଦ୍ର ସରକାର ଡ. କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଥିଲେ । ୭୧ ବର୍ଷିୟ ଡ. କମ୍ଭମପତି ପୂର୍ବରୁ ମିଜୋରାମ୍ ରାଜ୍ୟପାଳ ଥିଲେ । ଜଣେ ଇଞ୍ଜିନିୟର ଓ ଶିକ୍ଷକ ଭାବେ ସେ ବେଶ୍ ପରିଚିତ । ଆନ୍ଧ୍ର ବିଶ୍ୱବିଦ୍ୟାଳୟର ଆସୋସିଏଟ୍ ପ୍ରଫେସର ଭାବେ ଦୀର୍ଘ ୨୪ ବର୍ଷର ଅନୁଭୂତି ତାଙ୍କ ପାଖରେ ରହିଛି ।
ଗତକାଲି ଅପରାହ୍ଣରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ହରିବାବୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜ୍ୟ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ। ରାଜଭବନ ପକ୍ଷରୁ ଗାର୍ଡ-ଅଫ୍-ଅନର୍ ପ୍ରଦାନ କରାଯିବା ପରେ ରାଜ୍ୟପାଳ ପୁରୀ ଅଭିମୁଖେ ଗସ୍ତ କରିଥିଲେ। ରାଜ୍ୟପାଳ ଶ୍ରୀ କମ୍ଭମପତି ବାଟମଙ୍ଗଳା ଓ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ।




