୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଇଡି ନିର୍ଦେଶକ
ଭୁବନେଶ୍ୱର : ଆସନ୍ତାକାଲିଠୁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ । ଆସନ୍ତା କାଲି ସନ୍ଧ୍ୟା ୮ ଟା ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସେଠାରୁ ପୁରୀ ଗସ୍ତରେ ଯିବେ ରାହୁଲ ନବୀନ । ବୁଧବାର ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ କଟକ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ଏହା ପରେ ସେ ଭୁବନେଶ୍ୱରରେ ଥିବା ଇଡି ଅଫିସକୁ […]
ଭୁବନେଶ୍ୱର : ଆସନ୍ତାକାଲିଠୁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ । ଆସନ୍ତା କାଲି ସନ୍ଧ୍ୟା ୮ ଟା ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସେଠାରୁ ପୁରୀ ଗସ୍ତରେ ଯିବେ ରାହୁଲ ନବୀନ ।

ବୁଧବାର ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ କଟକ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ଏହା ପରେ ସେ ଭୁବନେଶ୍ୱରରେ ଥିବା ଇଡି ଅଫିସକୁ ପରିଦର୍ଶନରେ ଆସି ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।




