ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। ନିରଞ୍ଜନ ପଟ୍ଟନାୟକଙ୍କ ଭାଇ ଏବଂ ଜଣେ ସମ୍ପର୍କୀୟଙ୍କ ଘରେ ମଧ୍ୟ ରେଡ କରୁଥିବା ସୂଚନା ମିଳିଛି । କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନଥିବାବେଳେ ଏସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ନିରଞ୍ଜନ ପଟ୍ଟନାୟକ । […]

Samaya Live Picture
Published On

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। ନିରଞ୍ଜନ ପଟ୍ଟନାୟକଙ୍କ ଭାଇ ଏବଂ ଜଣେ ସମ୍ପର୍କୀୟଙ୍କ ଘରେ ମଧ୍ୟ ରେଡ କରୁଥିବା ସୂଚନା ମିଳିଛି ।

କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନଥିବାବେଳେ ଏସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ନିରଞ୍ଜନ ପଟ୍ଟନାୟକ । ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ‍ଫୋର୍ସ ମୃତୟନ କରାଯାଇଛି ।

Tags: