ନୂଆ ଏନଏସି ଏବଂ ପୌରପାଳିକା ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ନୂଆ ଏନଏସି ଏବଂ ପୌରପାଳିକା ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ନୂଆ ଏନଏସି ଏବଂ ପୌରପାଳିକା ପାଇଁ ଆରମ୍ଭ ହେଲା ନିର୍ବାଚନ ପ୍ରକ୍ରିୟା । ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗର ଚିଠି। ମାର୍ଚ୍ଚ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ । ଫେବ୍ରୁଆରି ୧୨ ତାରିଖରୁ ୨୧ ତାରିଖ ଯାଏଁ ପୌରାଞ୍ଚଳ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ବାବଦରେ ପ୍ରସ୍ତାବ ଏବଂ ଅଭିଯୋଗ ମଗାଯିବ । ଫେବ୍ରୁଆରି ୨୬ରେ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ବାବଦରେ ପ୍ରକାଶ ପାଇବ ବିଜ୍ଞପ୍ତି । ଏହାପରେ ମାର୍ଚ୍ଚ ୨୬ ତାରିଖରୁ ୧୩ ତାରିଖ ଯାଏଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ଅଭିଯୋଗ ଆବେଦନ ଗ୍ରହଣ କରାଯିବ ।

ସମ୍ବନ୍ଧିତ ଖବର ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ମାର୍ଚ୍ଚ ୧୬ ରୁ ୨୮ ତାରିଖ ମଧ୍ୟରେ ଅଭିଯୋଗ ଶୁଣାଣି ଓ ମାର୍ଚ୍ଚ ୩୧ ରେ ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରକାଶ ପାଇବ ଚୂଡାନ୍ତ ବିଜ୍ଞପ୍ତି । ନୂଆରେ ଗଠିତ ୨୮ଟି ଏନ୍‌ଏସି ଓ ୭ ପୌରପାଳିକା ଘୋଷଣା ହୋଇଥିବା ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏନେଇ ନଗର ଉନ୍ନୟନ ବିଭାଗ ଚିଠି ଦେଇଛି । ଘୋଷଣାର ୬ ମାସ ସୁଦ୍ଧା ନିର୍ବାଚନ ସାରିବା ସହ ସୀମା ପୁନଃନିରଦ୍ଧାରଣ ଏବଂ ସଂରକ୍ଷଣ କାମ ତୁରନ୍ତ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ ।

ସମ୍ବନ୍ଧିତ ଖବର OISF ବସ ଦୁର୍ଘଟଣାଗ୍ରସ୍ତ,୧୯ ଯବାନ ଆହତ

 

ସମ୍ବନ୍ଧିତ ଖବର ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ

Tags: