ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ TPCODL ସର୍କଲ – ୧ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ । ଆପାର୍ଟମେଣ୍ଟକୁ ବିଦ୍ୟୁତ ସଂଯୋଗ ପାଇଁ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ସୂଚନା ମିଳିଛି । ଚଢ଼ାଉ ବେଳେ ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ଜବତ କରାଯାଇଛି। ଅଭିଯୁକ୍ତ ଠିକାଦାରଙ୍କୁ ତାଙ୍କ ଘରକୁ ଡାକି ନିକଟସ୍ଥ ପାର୍କରେ ଟଙ୍କା ହସ୍ତାନ୍ତର […]

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ
Samaya Live Picture
Published On

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ TPCODL ସର୍କଲ – ୧ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ । ଆପାର୍ଟମେଣ୍ଟକୁ ବିଦ୍ୟୁତ ସଂଯୋଗ ପାଇଁ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ସୂଚନା ମିଳିଛି । ଚଢ଼ାଉ ବେଳେ ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ଜବତ କରାଯାଇଛି। ଅଭିଯୁକ୍ତ ଠିକାଦାରଙ୍କୁ ତାଙ୍କ ଘରକୁ ଡାକି ନିକଟସ୍ଥ ପାର୍କରେ ଟଙ୍କା ହସ୍ତାନ୍ତର କରିବାକୁ କହିଥିଲେ, ଯେଉଁଠାରେ ଭିଜିଲାନ୍ସ ଟିମ ସମ୍ପୂର୍ଣ୍ଣ ୨୦ ହଜାର ଟଙ୍କା ଜବତ କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବର୍ତ୍ତମାନ ସୁଦ୍ଧା ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଏକାକାଳୀନ ୩ଟି ସ୍ଥାନରେ ଚାଲିଛି ରେଡ୍ ।

Tags: