୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହି ବୃଦ୍ଧି ସହ ରାଜ୍ୟ ସରକାରୀ କର୍ମଚାରୀଙ୍କ ଡିଏ ୫୦%ରୁ ୫୩% କୁ ବୃଦ୍ଧି ପାଇଛି । ପିଛିଲା ଭାବେ ଗତ ଜୁଲାଇ ୧ରୁ ଏହି ମହଙ୍ଗା ଭତ୍ତା ଲାଗୁ ହେବ। ସେହିପରି ପେନଶନଭୋଗୀଙ୍କ ଟି.ଆଇ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। […]

Samaya Live Picture
Published On

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହି ବୃଦ୍ଧି ସହ ରାଜ୍ୟ ସରକାରୀ କର୍ମଚାରୀଙ୍କ ଡିଏ ୫୦%ରୁ ୫୩% କୁ ବୃଦ୍ଧି ପାଇଛି । ପିଛିଲା ଭାବେ ଗତ ଜୁଲାଇ ୧ରୁ ଏହି ମହଙ୍ଗା ଭତ୍ତା ଲାଗୁ ହେବ। ସେହିପରି ପେନଶନଭୋଗୀଙ୍କ ଟି.ଆଇ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ଏଥିରେ ସାଢେ ୭ ଲକ୍ଷ କର୍ମଚାରୀ ଓ ପେନଶନଭୋଗୀ ଉପକୃତ ହେବେ।

ଏହା ପୂର୍ବରୁ କେନ୍ଦ୍ର ସରକାର ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରିଥିଲେ। ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦ ଲକ୍ଷ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏ ଏବଂ ଡିଆରକୁ ୩ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଥିଲେ।

Tags: