ଚିକିତ୍ସା ପାଇଁ ଯାଉଥିବାବେଳେ ଦୁର୍ଘଟଣାରେ ଆଖି ବୁଜିଲେ ବାପା ଝିଅ

ମାଲକାନାଗିରି : ମାଲକାନାଗିରି ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଘରୋଇ ବସ ଟ୍ରକ ପଛପଟେ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୨୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ମୃତକ ମାନେ ହେଉଛନ୍ତି ମାଲକାନଗିରି ଜିଲ୍ଲା ପଡ଼ିଆ ଥାନାସ୍ଥ ଏମଭି ୫୮ ଗ୍ରାମର ସୁବ୍ରତ ରାୟ ଏବଂ ତାଙ୍କ ସାନ ଝିଅ । ସ୍ତ୍ରୀର ଚିକିତ୍ସା ପାଇଁ ସୁବ୍ରତ ଏବଂ ଅଢ଼େଇ ବର୍ଷର ଝିଅ ସାଙ୍ଗରେ […]

Samaya Live Picture
Published On

ମାଲକାନାଗିରି : ମାଲକାନାଗିରି ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଘରୋଇ ବସ ଟ୍ରକ ପଛପଟେ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୨୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ମୃତକ ମାନେ ହେଉଛନ୍ତି ମାଲକାନଗିରି ଜିଲ୍ଲା ପଡ଼ିଆ ଥାନାସ୍ଥ ଏମଭି ୫୮ ଗ୍ରାମର ସୁବ୍ରତ ରାୟ ଏବଂ ତାଙ୍କ ସାନ ଝିଅ । ସ୍ତ୍ରୀର ଚିକିତ୍ସା ପାଇଁ ସୁବ୍ରତ ଏବଂ ଅଢ଼େଇ ବର୍ଷର ଝିଅ ସାଙ୍ଗରେ ଯାଉଥିଲେ । ଏହି ସମୟରେ ଦୁର୍ଘଟଣାରେ ଦୁଇଜଣଙ୍କ ଜୀବନ ଚାଲିଯାଇଛି । ବସ୍‌ ଟି ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀଙ୍କୁ ନେଇ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଉଥିଲା । ମୃତ ସୁବ୍ରତ ରାୟ ବିଜେପି ଦଳର ଏମଭି ୫୮ ଗ୍ରାମର ବୁଥ୍‌ର ସଭାପତି ଥିଲେ ଏବଂ ପଡ଼ିଆ ମଣ୍ଡଳର ଭାଜପା ଯୁବ ନେତା ଥିଲେ ।

ସୂଚନା ଥାଉକି, ବସ୍‌ଟି ଶୁକ୍ରାବାର ରାତିରେ ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀଙ୍କୁ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ନେଇ ଯାଉଥିଲା । ରାସ୍ତାରେ ଯାଉଥିବା ବେଳେ ସାମ୍ନାରେ ଏକ ଟ୍ରକ୍‌ ଖରାପ ହୋଇ ଛିଡା ହୋଇଥିଲା। କୁହୁଡି ଯୋଗୁଁ ବସ୍‌ ଚାଳକ ଟ୍ରକ୍‌କୁ ଦେଖି ନପାରି ଟ୍ରକ ପଛକୁ ଧକ୍କା ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Tags: