ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟି, ସ୍ୱୀକାର କଲା ବୋର୍ଡ
କଟକ : ମାଟ୍ରିକ ପ୍ରଶ୍ନ ପତ୍ରରେ ଗଟୁରୁତର ତ୍ରୁଟି I ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ବିଭ୍ରାଟ ହୋଇଥିବା ଜଣା ପଡିଛି । ରାଜ୍ୟର ବିଭିନ୍ନ ସ୍କୁଲ୍ରୁ ଏଭଳି ଅଭିଯୋଗ ଆସିଛି। ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ସେମାନେ କହିଛନ୍ତି I ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ୱୀକାର କରିଛି ମାଧ୍ୟମିକ […]
କଟକ : ମାଟ୍ରିକ ପ୍ରଶ୍ନ ପତ୍ରରେ ଗଟୁରୁତର ତ୍ରୁଟି I ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ବିଭ୍ରାଟ ହୋଇଥିବା ଜଣା ପଡିଛି । ରାଜ୍ୟର ବିଭିନ୍ନ ସ୍କୁଲ୍ରୁ ଏଭଳି ଅଭିଯୋଗ ଆସିଛି। ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ସେମାନେ କହିଛନ୍ତି I
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ୱୀକାର କରିଛି ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)। ମୁଦ୍ରଣଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି ରାମାଶିଷ ହାଜରା।
ଏନେଇ ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି, କିଛି ସେଣ୍ଟରରେ ପ୍ରଶ୍ନପତ୍ରରେ ମୁଦ୍ରଣଜନିତ ତ୍ରୁଟି ହୋଇଥିବାର ଅଭିଯୋଗ ଆସିଛି। ଇତିହାସ ଓ ଭୂଗୋଳ ପ୍ରଶ୍ନ ପତ୍ରରେ ଏଭଳି ମୁଦ୍ରଣଜନିତ ତ୍ରୁଟି ହୋଇଛି। ଏଥିଲାଗି ଛାତ୍ରଛାତ୍ରୀ ବା ଅଭିଭାବକମାନେ ଚିନ୍ତିତ ହୁଅନ୍ତୁ ନାହିଁ, ଆଉଥରେ ପରୀକ୍ଷା କରାଯିବାର ଆବଶ୍ୟକତା ନାହିଁ। ମୂଲ୍ୟାୟନ ସମୟରେ ପରୀକ୍ଷାର୍ଥୀମାନଙ୍କ ସ୍ବାର୍ଥକୁ ଅଗ୍ରାଧିକାର ଦିଆଯିବ। ବହୁତ କମ୍ ପରୀକ୍ଷାର୍ଥୀଙ୍କ କ୍ଷେତ୍ରରେ ଘଟିଛି। କଣ ପାଇଁ ତ୍ରୁଟି ହୋଇଛି, ଏହା ଉପରେ ତଦନ୍ତ କରାଯିବ। ଏଭଳି ତ୍ରୁଟି ପୁନର୍ବାର ହେବ ନାହିଁ ବୋଲି ଜୋର ଦେଇ କହିଛନ୍ତି ବୋର୍ଡ ସଭାପତି ରାମଶିଷ ହାଜରା। ସୂଚନା ମୁତାବକ, ଆଜିର ପ୍ରଶ୍ନପତ୍ରର ବି ସେଟ ଭିତରେ ଏ ସେଟ ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିଲା। ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଆଶଙ୍କା ଦେଖା ଦେଇଥିଲା।
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟି ଅଭିଯୋଗକୁ ବୋର୍ଡ ସ୍ୱୀକାର କରିଛି। ପ୍ରଶ୍ନପତ୍ର ତ୍ରୁଟି ହୋଇଥିବା ବୋର୍ଡ ସଭାପତି ମାନିଛନ୍ତି। ସେ କହିଛନ୍ତି, ‘ବିଭିନ୍ନ ସ୍ଥାନରୁ ପ୍ରଶ୍ନପତ୍ର ତ୍ରୁଟି ଅଭିଯୋଗ ଆସିଛି। ମୁଦ୍ରଣ ଜନିତ ତ୍ରୁଟିରୁ ଏଭଳି ହୋଇଛି। କ’ଣ ପାଇଁ ଏଭଳି ହେଲା ଏହାର ତର୍ଜମା କରାଯିବ’।
ଏ ସଂକ୍ରାନ୍ତରେ ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ତିତ ନହେବା ପାଇଁ ପରାମର୍ଶ ଦିଆଯାଇଛି I ଏଥିପାଇଁ କୌଣସି ଅସୁବିଧା ହେବନି। ପରୀକ୍ଷା ଆଉ ଥରେ କରିବାର କୌଣସି ଆବଶ୍ୟକତା ନାହିଁ। ମୂଲ୍ୟାୟନ ସମୟରେ ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖାଯିବ।’




