ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ
ଭୁବନେଶ୍ୱର : ଆଜି ଠାରୁ ଭୁବନେଶ୍ୱରରୁ ରାଉରକେଲାକୁ ଆରମ୍ଭ ହେଲା ବିମାନ ସେବା । ଏହାକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଆଲାଏନ୍ସ ଏୟାର ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ଆଲାଏନ୍ସ ଏୟାର ଦ୍ୱାରା ଚଳାଚଳ କରିବାକୁ ଥିବା ଏହି ବିମାନରେ ଏକକାଳୀନ ୭୨ ଜଣ ଯାତ୍ରୀ ଯାଇପାରିବେ। ଏହି ବିମାନ ଭୁବନେଶ୍ୱର […]
ଭୁବନେଶ୍ୱର : ଆଜି ଠାରୁ ଭୁବନେଶ୍ୱରରୁ ରାଉରକେଲାକୁ ଆରମ୍ଭ ହେଲା ବିମାନ ସେବା । ଏହାକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଆଲାଏନ୍ସ ଏୟାର ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ଆଲାଏନ୍ସ ଏୟାର ଦ୍ୱାରା ଚଳାଚଳ କରିବାକୁ ଥିବା ଏହି ବିମାନରେ ଏକକାଳୀନ ୭୨ ଜଣ ଯାତ୍ରୀ ଯାଇପାରିବେ।
ଏହି ବିମାନ ଭୁବନେଶ୍ୱର ବିମାନ ବନ୍ଦରରୁ ସକାଳ ୧୦ଟା ୪୫ ରେ ଉଡାଣ ଆରମ୍ଭ କରି ରାଉରକେଲା ରେ ୧୧ଟା ୪୦ରେ ପହଁଞ୍ଚିବ । ଏହାପରେ ମଧ୍ୟାହ୍ନ ୧୨ଟା ୫ରେ ବିମାନ ରାଉରକେଲାରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ଦିନ ୧ଟାରେ ପହଞ୍ଚିବ । ଆସନ୍ତା ୧୨ ତାରଖରୁ ଏହି ବିମାନ ଦୈନିକ ଚଳାଚଳ କରିବ ।
ପ୍ରତିଦିନ ବିମାନ ଭୁବନେଶ୍ୱରରୁ ୨ଟା ୫୫ରେ ଛାଡ଼ିବ, ରାଉରକେଲାରେ ୩ଟା ୫୦ରେ ପହଞ୍ଚିବ। ସେହିଭଳି ରାଉରକେଲାରୁ ୪ଟା ୧୫ରେ ବାହାରି ଭୁବନେଶ୍ୱରରେ ୫ଟା ୧୦ରେ ପହଞ୍ଚିବ। ପ୍ରାରମ୍ଭିକ ଭାବେ ଭୁବନେଶ୍ୱରରୁ ରାଉରକେଲା ବିମାନ ଭଡ଼ା ୨୮ ଶହ ୩ ଟଙ୍କା ଥିବାବେଳେ ରାଉରକେଲାରୁ ଭୁବନେଶ୍ୱର ବିମାନ ଭଡ଼ା ୨୭ ଶହ ୨୧ ଟଙ୍କା ରହିଛି।




