ଉତ୍କେଲାକୁ ବିମାନ ଉଡାଣ ଆରମ୍ଭ

ଭୁବନେଶ୍ୱର : କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର ହୋଇଛି I ଭୁବନେଶ୍ୱର ବିଜୁ ପଟ୍ଟନIୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ କଳାହାଣ୍ଡି ଉତ୍କେଳାକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। ସକାଳ ୯ଟା ୭ରେ ଦିଲ୍ଲୀରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଭାସୀ ମାଧ୍ୟମରେ ଏହାର ଉଦ୍‌ଘାଟନ କରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନ ୧୦ଟା ୩୦ରେ ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ […]

Samaya Live Picture
Published On

ଭୁବନେଶ୍ୱର : କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର ହୋଇଛି I ଭୁବନେଶ୍ୱର ବିଜୁ ପଟ୍ଟନIୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ କଳାହାଣ୍ଡି ଉତ୍କେଳାକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। ସକାଳ ୯ଟା ୭ରେ ଦିଲ୍ଲୀରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଭାସୀ ମାଧ୍ୟମରେ ଏହାର ଉଦ୍‌ଘାଟନ କରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନ ୧୦ଟା ୩୦ରେ ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ସପ୍ତାହକୁ ଦୁଇ ଦିନ ମିଳିବ ବିମାନ ସେବା ମିଳିବ ବୋଲି ଜଣାପଡ଼ିଛି। ବିମାନ ସେବା ଯାତାୟାତ ଦିନ ଗୁଡିକରେ ସକାଳ ୭ଟା ୧୫ ରେ ଭୁବନେଶ୍ବରୁ ଉଡିବ ବିମାନ ସେବା । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ସେବାର ଶୁଭାରମ୍ଭ କରିବେ । ଭୁବନେଶ୍ବର ଛାଡ଼ି ୮ଟା ୨୫ରେ ଉତ୍କେଲାରେ ପହଂଚିବ ବିମାନ । ସେହିପରି ଉତ୍କେଲାରୁ ସକାଳ ୮.୫୦ରେ ବାହାରି ୧୦ଟାରେ ଭୁବନେଶ୍ବରରେ ପହଂଚିବ । ୯ଟି ସିଟ ବିଶିଷ୍ଟ ଇଣ୍ଡିଆ ୱାନ ବିମାନରେ ଯାତ୍ରୀ ଯାତାୟତ କରିବେ । ଏଥିପାଇଁ ଟିକେଟର ଦାମ ୯୯୯ ଟଙ୍କା । ବିମାନ ଚଳାଚଳ ଦ୍ବାରା ମାତ୍ର ଘଣ୍ଟେ ଦଶ ମିନିଟରେ ଭୁବନେଶ୍ବରରୁ କଳାହାଣ୍ଡି ପହଞ୍ଚିବେ ଯାତ୍ରୀ ।

Tags: