ଜୟଦେବ ବିହାରରୁ ନନ୍ଦନ କାନନ ଯାଏଁ ହେବ ଫ୍ଲାଏ ଓଭର – ମନ୍ତ୍ରୀ
ଭୁବନେଶ୍ୱର : ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ । ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି ଆଇନ ଓ ପୂର୍ତ୍ତମନ୍ତ୍ରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ସରକାର ସେ ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ । ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ […]
ଭୁବନେଶ୍ୱର : ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ । ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି ଆଇନ ଓ ପୂର୍ତ୍ତମନ୍ତ୍ରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ସରକାର ସେ ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ ।
ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ କାନନ ପର୍ଯ୍ୟନ୍ତ ଯିବ । ମଝିରେ ମଝିରେ ଯେଉଁଠି ବଡ଼ ବଡ଼ ଛକ ଅଛି ସେଠି ଏସକେପ ୱେ ରହିବ । ଯେଉଁମାନେ ଉପରେ ଯାତାୟାତ କରୁଥିବେ ସେମାନଙ୍କ ପାଇଁ ତଳକୁ ଓହ୍ଲାଇବା ପାଇଁ କୌଣସି ଅସୁବିଧା ହେବ ନାହିଁ । ଯେଉଁ ରାସ୍ତା ତଳେ ଚାଲିଛି, ତାହା ଚାଲୁ ରହିବ। ଏଥିସହ ଉପରେ ୪ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ, ଯାହା ଆଗାମୀ ଦିନରେ ଭୁବନେଶ୍ୱରର ଲାଇଫ ଲାଇନ ପାଲଟିବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି। ୨୦୨୭-୨୮ ଆର୍ଥିକ ବର୍ଷସୁଦ୍ଧା ଏହି ପ୍ରକଳ୍ପର ବଡ଼ ଭାଗ ଶେଷ ହେବା ନେଇ ଆଶା ରଖିଥିବା ସେ କହିଛନ୍ତି। ଏସବୁ ଦୃଷ୍ଟିରେ ରଖି ଯୋଜନା କରାଯାଇଛି ।




